ମାଛଚାଷ କରିବ ସ୍ବାବଲମ୍ବୀ

ଢେଙ୍କାନାଳ ଅଫିସ, ୨୩।୧୨: ଢେଙ୍କାନାଳ ଜିଲାରେ ମାଛଚାଷ ପ୍ରତି ଚାଷୀଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ଯୁବଚାଷୀମାନେ ନିଜସ୍ବ ଉଦ୍ୟମରେ ମାଛ ଫାର୍ମିଂ କରି ପର୍ଯ୍ୟାପ୍ତ ରୋଜଗାର କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ ଭାରତ ସରକାରଙ୍କ ନ୍ୟାଶନାଲ ଫେଡେରେଶନ ଅଫ୍‌ ଫିଶର୍ସ କୋଅପରେଟିଭ୍‌ ଲିମିଟେଡ୍‌ ସହଭାଗୀତାରେ ମତ୍ସ୍ୟଚାଷ ତାଲିମ ଓ ପରିଦର୍ଶନ ଯାତ୍ରା ଆୟୋଜିତ ହୋଇଯାଇଛି। ଏହି ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ନରେନ୍ଦ୍ରପୁରଠାରେ ଅବସ୍ଥିତ କମ୍ପାନୀ ପାର୍ଶ୍ୱବର୍ତ୍ତୀ କୁରୁଣ୍ଟି, କୁସୁପଙ୍ଗା, ତାଳବାହାଳ, ଇଟାପ, ଗଣ୍ଠିଗାଡିଆ, ନୂଆଗଁା, କୋଚିଲାମଡ଼ା, ଶିବପୁର, ନରେନ୍ଦ୍ରପୁର, ସରପା, ରଘୁନାଥପୁର ଗ୍ରାମର ୭୧ ଚାଷୀ ଅଂଶଗ୍ରହଣ କରିଥିଲେ। ମାଛ ପାଳନ, ଔଷଧ ପ୍ରୟୋଗ, ପୋଖରୀର ପରିଚାଳନା, ରୋଗ ଉପଚାର, ଜଳ ପରୀକ୍ଷଣ ଉପାୟ ଏବଂ ଅଧିକ ଉତ୍ପାଦନକ୍ଷମ ବିହନ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା।
ଜିଲା ମତ୍ସ୍ୟଚାଷ ଅଧିକାରୀ ପ୍ରଦୀପ୍ତ କିଶୋର ଭୂୟଁା, ଅନୁଗୋଳ ଜିଲା ମତ୍ସ୍ୟ ବିଭାଗ ଉପନିର୍ଦ୍ଦେଶିକା ବବିତା ମହାନ୍ତି ଯୋଗଦେଇ ମତ୍ସ୍ୟଚାଷ ଲାଗି କାର୍ଯ୍ୟକାରୀ ହେଉଥିବା ସରକାରୀ ଯୋଜନା ବିଷୟରେ ବିବରଣୀ ପ୍ରଦାନ କରିଥିଲେ। ଶିବିରରେ ଅଂଶଗ୍ରହଣ କରିଥିବା ଚାଷୀଙ୍କୁ ଯୋରନ୍ଦାସ୍ଥିତ ଫାର୍ମ ପରିଦର୍ଶନ ନିମନ୍ତେ ନିଆଯାଇଥିଲା। ସଫଳ ମତ୍ସ୍ୟଚାଷୀମାନେ ଅଭିଜ୍ଞତା ବାଣ୍ଟିଥିଲେ। ଟାଟାଷ୍ଟିଲ ସିଏସ୍‌ଆଇ କାର୍ଯ୍ୟନିର୍ବାହୀ ଅଧିକାରୀ ସର୍ବେଶ୍ୱର ନାଥ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କମ୍ପାନୀ ପାର୍ଶ୍ୱବର୍ତ୍ତୀ ଗ୍ରାମର ଉତ୍ସାହୀ ଯୁବକ, ଚାଷୀଙ୍କୁ ଆତ୍ମନିର୍ଭରଶୀଳ କରାଇବା ଉଦ୍ଦେଶ୍ୟରେ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ଏହାର କାରଖାନା ପାର୍ଶ୍ୱବର୍ତ୍ତୀ ଗ୍ରାମରେ ମାଛ ଚାଷ ପ୍ରଶିକ୍ଷଣ ଦିଆଯାଉଛି। ମତ୍ସ୍ୟଚାଷରେ ନିୟୋଜିତ ଚାଷୀଙ୍କୁ ମାଛ ଖାଦ୍ୟ, ଯାଅଁାଳା, ଔଷଧ ଯୋଗାଇ ଦିଆଯାଉଛି। ନ୍ୟାଶନାଲ ଫେଡେରେଶନ ଅଫ୍‌ ଫିଶର୍ସ କୋଅପରେଟିଭ୍‌ ଲିମିଟେଡ୍‌ର ବିଶେଷଜ୍ଞଙ୍କ ଦ୍ୱାରା ମାର୍ଗଦର୍ଶନ କରାଯାଉଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri