କଞ୍ଚା କଦଳୀରେ ମାଛର ସ୍ବାଦ

କେନ୍ଦ୍ରାପଡ଼ା, ୨୯।୧୧ (ଜଗନ୍ନାଥ ଧଳ): କଞ୍ଚା କଦଳୀରେ ମାଛ, ପନିରରେ ଅଣ୍ଡା, ସୋୟାବଢ଼ିରେ ମଟନ, ଚିକେନର ସ୍ବାଦକୁ କେନ୍ଦ୍ରାପଡ଼ା ସହରବାସୀ ମଙ୍ଗଳବାର ଚାଖିଛନ୍ତି। ଏପରି ନିରାମିଷ ପଦାର୍ଥରେ ଆମିଷର ସ୍ବାଦ କିପରି ଆସୁଛି, ତାହାର ରୋଷେଇ କଳାକୁ କିଛି ବ୍ୟକ୍ତି ଆଗ୍ରହର ସହିତ ଶିଖିଛନ୍ତି। ଏପରି ଅଭିନବ ପ୍ରୟାସ ଶ୍ରୀଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡ଼ା ବ୍ଲକ ନିକଟସ୍ଥ ଏକ ହୋଟେଲ ପରିସରରେ ହୋଇଛି। ଜୀବ ହତ୍ୟା ବିରୋଧରେ ସ୍ଲୋଗାନ ରଖି ଛାଡ଼ଖାଇ ପାଳନ ପାଇଁ ପ୍ରୋତ୍ସାହିତ କରାଯାଇଥିବା ଟ୍ରଷ୍ଟ ସଭାପତି ଦମନ କୁମାର ମହାନ୍ତି କହିଛନ୍ତି। ଛାଡ଼ଖାଇ ନାମରେ ଆମିଷ ଭକ୍ଷଣ ପରିବର୍ତ୍ତେ ନିରାମିଷ ସାମଗ୍ରୀ ଭକ୍ଷଣ କରିବାକୁ ଟ୍ରଷ୍ଟ ପକ୍ଷରୁ ଏପରି ଉଦ୍ୟମ ହୋଇଥିବା ସଭାପତି ମହାନ୍ତି କହିଛନ୍ତି। ଏ ସମ୍ପର୍କରେ ରୋଷେଇର ପ୍ରସ୍ତୁତକର୍ତ୍ତା ଉପସଭାପତି ରଶ୍ମିରଞ୍ଜନ ବାରିକ କହିଛନ୍ତି, ବନ୍ତଳ କଦଳୀକୁ ମାଛ ଆକୃତି କରି ବେସନ ଦ୍ୱାରା ଭଜା ଯାଇଥିଲା। ସେହିପରି ଅଣ୍ଡା ପାଇଁ ପନିର, ହଳଦୀଗୁଣ୍ଡ, ଆଳୁ ଆଦି ସାମଗ୍ରୀକୁ ନିଆଯାଇଥିଲା। ଏଥିସହ ସୋୟା ବଡ଼ିରେ ଚିକେନ ଓ ମଟନ ପ୍ରସ୍ତୁତ ହୋଇଥିଲା। ଏ ନେଇ ସ୍ବତନ୍ତ୍ର ଧରଣର ରୋଷେଇ ହୋଇଥିବା ବେଳେ ଏହାକୁ ୫୦ରୁ ଊର୍ଦ୍ଧ୍ୱ ଲୋକ ଶିଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ଖବରର ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri