ରୋଗୀ ପରିବର୍ତ୍ତେ ଆମ୍ବୁଲାନ୍ସରେ ହସ୍ପିଟାଲ ଯାଉଛି ମାଛ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୧୨: ଆମ୍ବୁଲାନ୍ସକୁ ଜରୁରୀକାଳୀନ ସେବା ପାଇଁ ନିୟୋଜିତ କରାଯାଇଥାଏ। ଗୁରୁତର ଅବସ୍ଥାରେ ଥିବା ରୋଗୀଙ୍କୁ ଯଥାଶୀଘ୍ର ହସ୍ପିଟାଲ ପହଞ୍ଚାଇବା କାମ ଆମ୍ବୁଲାନ୍ସ କରିଥାଏ। ତେବେ ରୋଗୀ ପରିବର୍ତ୍ତେ ଆମ୍ବୁଲାନ୍ସ ମାଛଙ୍କୁ ହସ୍ପିଟାଲ ନେଉଥିବା କହିଲେ କଣ ଆପଣ ବିଶ୍ୱାସ କରିବେ। ଏପରି ଘଟଣା ଘଟିଛି ଉତ୍ତରପ୍ରଦେଶର ଉରଇ ଜିଲା ରାମପୁରାରେ। ଏହି ରାସ୍ତା ଦେଇ ଆମ୍ବୁଲାନ୍ସଟି ବାରବାର ଯାଉଥିବା ଦେଖି ଏହି ଇଲାକାରେ ଥିବା ପୋଲିସକର୍ମୀମାନେ ଆମ୍ବୁଲାନ୍ସକୁ ଅଟକାଇଥିଲେ। ପରେ ଗାଡିକୁ ଯାଞ୍ଚ କରିବା ସମୟରେ ସେମାନେ ଭିତରର ଦୃଶ୍ୟ ଦେଖି ତାଜୁବ ହୋଇଯାଇଥିଲେ। ରୋଗୀଙ୍କ ପାଇଁ ବ୍ୟବହାର ହେଉଥିବା ଷ୍ଟ୍ରେଚରରେ ରୋଗୀ ବଦଳରେ ତିନି ବ୍ୟାଗ ମାଛ ରଖାଯାଇଥିବା ଦେଖିବାକୁ ପାଇଥିଲେ। ଯାହାକୁ ଶୁଣି କେବଳ ୟୁପି ସ୍ବାସ୍ଥ୍ୟ ବିଭାଗ ନୁହେଁ ସାରା ରାଜ୍ୟ ସ୍ତବ୍ଧ ହୋଇ ଯାଇଛି।

 

ପୋଲି ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଗିରଫ କରବା ସହ ଗାଡିକୁ ଜବତ କରିଛି। ଏନେଇ ପୋଲିସ ଥାନାରେ ମାମଲା ରୁଜୁ କରିଛି। ଲୁଚାଛପାରେ ଏବଂ ବେଆଇନ ଭାବରେ ୧୦୨ ଆମ୍ବୁଲାନ୍ସରେ ମାଛ ଚାଲାଣକୁ ନେଇ ସ୍ବାସ୍ଥ୍ୟ ବିଭାଗ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହା ଚୋରି ମାଛ ନା କେଉଁଠୁ ବରାଦ କରାଯାଇଛି ସେ ସମ୍ପର୍କରେ ଡ୍ରାଇଭରଙ୍କୁ ପୋଲିସ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri