ବନ ବିଭାଗ ଉପରେ ମାଛ ମାଫିଆଙ୍କ ଆକ୍ରମଣ: ଫାୟାରିଂ କରି ୮ ଜଣଙ୍କୁ ଛଡ଼ାଇ ନେଲେ

କେନ୍ଦ୍ରାପଡା,୧୨।୧: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିବା ସମୟରେ ୬ ଟି ଟ୍ରଲର ସଂଘବଦ୍ଧ ଭାବେ ଆକ୍ରମଣ କରିବା ସହ ଗୁଳି ଫୁଟାଇ ୮ ମତ୍ସ୍ୟଜୀବୀଙ୍କୁ ଜୋର୍ ଜବରଦସ୍ତ ବନ କର୍ମଚାରୀଙ୍କଠାରୁ ଛଡାଇ ନେଇଛନ୍ତି ମାଛ ମାଫିଆ।

ବନ କର୍ମଚାରୀ ଗହୀରମଥା ବାବୁବାଲି ଠାରେ ବେଆଇନଭାବେ ଟ୍ରଲର ମାଛ ମାରୁଥିବା ବେଳେ ଟ୍ରଲର ସହିତ ୯ ଜଣ ମତ୍ସ୍ୟଜୀବୀଙ୍କୁ କାବୁ କରିଥିଲା ବନବିଭାଗ। ପାଟ୍ରୋଲିଂ ଟିମ୍ ଜବତ ଟ୍ରଲରକୁ ଧରି କୂଳକୁ ଫେରୁଥିବା ବେଳେ ୬ଟି ଟ୍ରଲର ଏକଜୁଟ ହୋଇ ବନଯାଗ ଟିମ୍ କୁ ଆକ୍ରମଣ କରିବା ସହ ବନବିଭାଗ କାବୁ କରିଥିବା ତାରିଣୀ ୩ ଟ୍ରଲରକୁ ଜୋର୍ ଜବରଦସ୍ତ ଖସେଇନେବାକୁ ଉଦ୍ୟମ କରିଥିଲେ।

ଏହି ସମୟରେ ମାଛ ମାଫିଆ ବନବିଭାଗ ମୁହାଁମୁହିଁ ହୋଇ ଗୁଳି ଫୁଟିଥିଲା ଫଳରେ ମାଛ ମାଫିଆ ଟ୍ରଲର ଟିକୁ ଛାଡି ୮ ମତ୍ସ୍ୟଜୀବୀଙ୍କୁ ଖସାଇ ନେଇଛନ୍ତି । ଏହି ଘଟଣାକୁ ବନବିଭାଗ ଗୁରୁତର ସହିତ ନେବା ସହିତ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବା ସହିତ ସୁରକ୍ଷାକୁ କଡାକଡି କରାଯିବ ବୋଲିି କହିଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri