Posted inରାଜ୍ୟ

ହୀରାକୁଦରେ ୧୦୦ କୋଟିର ଆକ୍ୱା ପାର୍କ, ପାଣ୍ଡରାରେ ୫୯ କୋଟିର ମାଛ ମାର୍କେଟ

ଭୁବନେଶ୍ୱର,୧୨ା୧୦(ସୁନିତ୍‌ ମିଶ୍ର): ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହିସବୁ ଯୋଜନା କୃଷକମାନଙ୍କୁ ଆତ୍ମନିର୍ଭର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦେଶର ୧୦୦ ଜିଲାରେ ଉକ୍ତ ଯୋଜନା ଆରମ୍ଭ କରାଯାଇଛି। ସେଥିମଧ୍ୟରେ ଓଡ଼ିଶାର ୪ ଜିଲା କନ୍ଧମାଳ, ମାଲକାନଗିରି, ସୁନ୍ଦରଗଡ଼ ଓ ନୂଆପଡ଼ା ରହିଛି। ଏହି ଯୋଜନାରେ ସାରା ଦେଶରେ ଆସନ୍ତା ୬ ବର୍ଷ ପାଇଁ ବର୍ଷକୁ ୨୪ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଦେଶର ୧.୭ କୋଟି କୃଷକ ଉପକୃତ ହେବେ ବୋଲି ସୂଚନା ଦିଆଯାଇଛି। ଏହି ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ସମ୍ବଲପୁରର ବସନ୍ତପୁରଠାରେ ୧୦୦ କୋଟି ଟଙ୍କା ବିନିଯୋଗରେ ଏକ ଅତ୍ୟାଧୁନିକ ସମନ୍ବିତ ଆକ୍ୱା ପାର୍କ ଏବଂ ଭୁବନେଶ୍ୱରର ପାଣ୍ଡରାଠାରେ ପ୍ରାୟ ୬୦ କୋଟି ଟଙ୍କାର ଅତ୍ୟାଧୁନିକ ମାଛ ମାର୍କେଟ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, କୃଷି ଏବଂ ଆନୁଷଙ୍ଗିକ କାର୍ଯ୍ୟ କେବଳ ଓଡ଼ିଶାର ନୁହେଁ, ସାରା ଦେଶର ପ୍ରମୁଖ ଜୀବିକା। ବର୍ତ୍ତମାନ ମଧ୍ୟ ଓଡ଼ିଶାର ୬୦%ରୁ ଅଧିକ ଏବଂ ଦେଶର ପ୍ରାୟ ୫୦% ଲୋକ ଏହା ମାଧ୍ୟମରେ ଜୀବିକା ନିର୍ବାହ କରିଥାନ୍ତି। ତେଣୁ ମୋଦି ସରକାର ୨୦୧୪ରୁ କୃଷକଙ୍କ ପାଇଁ ଅଭୂତପୂର୍ବ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଆସୁଛନ୍ତି। ଫଳରେ ବର୍ତ୍ତମାନ କୃଷକ ସମାଜର ସର୍ବାଙ୍ଗୀନ ଉନ୍ନତି ସମ୍ଭବ ହୋଇପାରିଛି। ଭୁବନେଶ୍ୱରର ପାଣ୍ଡରା ହୋଲ୍‌ସେଲ୍‌ ମାଛ ମାର୍କେଟ ପ୍ରକଳ୍ପ ଭୁବନେଶ୍ୱରର କେନ୍ଦ୍ରସ୍ଥଳରେ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ। ୫୯ କୋଟି ୧୩ ଲକ୍ଷ ଟଙ୍କା ବିନିଯୋଗରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧୀନରେ ଏହା ନିର୍ମିତ ହେବ। ଏଥିରେ ୩୦ କୋଟି ଟଙ୍କା କେନ୍ଦ୍ର ଓ ୨୯ କୋଟି ୧୩ ଲକ୍ଷ ଟଙ୍କା ରାଜ୍ୟ ସରକାର ଖର୍ଚ୍ଚ କରିବେ। ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗ ଏବଂ ବିଏମ୍‌ସିର ମିଳିତ ସହଯୋଗରେ କାର୍ଯ୍ୟକାରୀ ହେଉଥିବା ଏହି ମାର୍କେଟ ସିଧାସଳଖ ୧୪୩ ବ୍ୟବସାୟୀଙ୍କୁ ଉପକୃତ କରାଇବ। ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ସହ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି ଏବଂ ପ୍ରକଳ୍ପ କାର୍ଯ୍ୟ ୨୦୨୭ ନଭେମ୍ବର ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଇଣ୍ଟିଗ୍ରେଟେଡ୍‌ ଆକ୍ୱା ପାର୍କ ଏବଂ ହୋଲ୍‌ସେଲ୍‌ ମାଛ ବିକ୍ରୟ କେନ୍ଦ୍ର- ଏହି ୨ଟି ପ୍ରକଳ୍ପ ମିଶି ପ୍ରଥମେ ଉତ୍ପାଦନ ପରେ ପ୍ରସ୍ତୁତି ଓ ବିପଣନ ପର୍ଯ୍ୟନ୍ତ ଏକ ଭାଲ୍ୟୁ ଚେନ୍‌ ସୃଷ୍ଟି କରିବ। ଭାରତର ନୀଳ ବିପ୍ଲବରେ ଅଗ୍ରଣୀ ରାଜ୍ୟ ଭାବେ ଓଡ଼ିଶା ସ୍ଥାନ ପାଇବ। ହୀରାକୁଦରେ ଏହି ଅତ୍ୟାଧୁନିକ ସମନ୍ବିତ ଆକ୍ୱା ପାର୍କ ୯୫.୪୭ ଏକର ସରକାରୀ ଜମିରେ ନିର୍ମିତ ଏକ ସମୟୋପଯୋଗୀ ପଦକ୍ଷେପ, ଯାହା ଆଧୁନିକ ମତ୍ସ୍ୟ ଚାଷକ୍ଷେତ୍ରକୁ ଆହୁରି ବିକଶିତ କରିବ। ଏଥିରେ ୧୦୦ କୋଟି ଟଙ୍କା ବିନିଯୋଗ ହେବ। କେନ୍ଦ୍ର ୬୦ କୋଟି ଓ ରାଜ୍ୟ ସରକାର ୪୦ କୋଟି ଟଙ୍କା ବିନିଯୋଗ କରିବେ। ଏହା ହେବ ପୂର୍ବ ଭାରତର ପ୍ରଥମ ଆକ୍ୱା ପାର୍କ ପ୍ରକଳ୍ପ। ପ୍ରକଳ୍ପର କାର୍ଯ୍ୟ ୨୦୨୭ ଜାନୁଆରୀ ସୁଦ୍ଧା ସମ୍ପୂର୍ଣ୍ଣ କରାଯିବ ବୋଲି ସେ କହିଛନ୍ତି।
କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି, ବର୍ତ୍ତମାନ ଧାନରେ ଆତ୍ମନିର୍ଭର ହୋଇସାରିଛୁ, କିନ୍ତୁ ଡାଲି ଓ ତୈଳବୀଜରେ ହେବାର ସମୟ ଏବେ ଉପନୀତ। ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନ ଯୁଗାନ୍ତକାରୀ ଯୋଜନା। ଓଡ଼ିଶାରେ କୃଷିର ସାମଗ୍ରିକ ବିକାଶ ପାଇଁ ତାହା ଏକ ଦୃଷ୍ଟାନ୍ତ ସୃଷ୍ଟିକରିବ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ବିଶ୍ରାରୁ ଆଭାସି ମାଧ୍ୟମରେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ଥିବାବେଳେ କୃଷି ଶିକ୍ଷା ସଦନଠାରେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ଓୟୁଏଟି କୁଳପତି ପ୍ରଭାତ କୁମାର ରାଉଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri