ଫେବୃଆରୀ ୧୬ରୁ ଓଡ଼ିଶା ମତ୍ସ୍ୟ, ପ୍ରାଣୀସମ୍ପଦ ସମାବେଶ

ଭୁବନେଶ୍ୱର,୨୫।୧(ଅନିଲ ଦାସ): ଆସନ୍ତା ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନଠାରେ ୩ ଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ସମାବେଶ ଆୟୋଜନ ହେବ। ସମାବେଶରେ ରାଜ୍ୟରୁ ପ୍ରାୟ ୬ ହଜାର ଚାଷୀ, ମହିଳା ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନେ ଭାଗନେବେ। ପ୍ରତିଦିନ ଜିଲାରୁ ପ୍ରାୟ ୨ ହଜାର ଚାଷୀ ଏଥିରେ ଯୋଗଦେବେ। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପକ୍ଷରୁ ଏହି ସମାବେଶର ଆୟୋଜନ କରାଯିବ। ଜିଲାସ୍ତରରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାର ସଫଳତା ଓ ପ୍ରାଣୀପାଳକ ଏବଂ ମତ୍ସ୍ୟଚାଷୀଙ୍କ ମଧ୍ୟରେ ଉତ୍ସାହ ଓ ଆଗ୍ରହକୁ ଦୃଷ୍ଟିରେ ରଖି ଭୁବନେଶ୍ୱରଠାରେ ଏହି ସମାବେଶର ଆୟୋଜନ କରାଯାଉଛି ବୋଲି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ବୁଧବାର କୃଷି ଭବନଠାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ସମାବେଶର ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ସମାବେଶରେ ବିଭିନ୍ନ ପ୍ରାଣୀପାଳନ ଓ ମତ୍ସ୍ୟଚାଷର ପ୍ରଦର୍ଶନୀ ମଣ୍ଡପ ଖୋଲାଯିବା ସହିତ ଉନ୍ନତ କିସମର ପ୍ରାଣୀସମ୍ପଦ ଓ ମତ୍ସ୍ୟଚାଷର ଲାଇଭ୍‌ ଡେମୋନ୍‌ଷ୍ଟ୍ରେଶନ୍‌, ବିଭିନ୍ନ ଯନ୍ତ୍ରପାତି ଓ ଉପକରଣର ପ୍ରଦର୍ଶନୀ, ଚାଷୀ ଓ ବୈଜ୍ଞାନିକମାନଙ୍କ ମଧ୍ୟରେ ଆଲୋଚନାଚକ୍ର, ସଫଳ ଚାଷୀଙ୍କ ଅନୁଭୂତିର ଆଦାନ ପ୍ରଦାନ-ସଫଳ ପ୍ରାଣୀପାଳନ, ମତ୍ସ୍ୟଚାଷୀ ଏବଂ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସମ୍ବର୍ଦ୍ଧନା ସମେତ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯିବ। ସମାବେଶରେ ମିଶନ ଶକ୍ତି, ସମବାୟ, ନାବାର୍ଡ, ଜଳସମ୍ପଦ ବିଭାଗ, ଓର୍‌ମାସ୍‌, ଓଡ଼ିଶା ଜୀବିକା ମିଶନ, ପ୍ରାଣୀମଙ୍ଗଳ ଅନୁଷ୍ଠାନ, ମୃତ୍ତିକା ସଂରକ୍ଷଣ, କୃଷି ଓ ଉଦ୍ୟାନ କୃଷି ଆଦି ବିଭାଗର ମଧ୍ୟ ଷ୍ଟଲ ପ୍ରଦର୍ଶିତ ହେବ। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ସେଞ୍ଚୁରିଆନ୍‌, ସୋଆ, ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ସମେତ ବିଭିନ୍ନ କର୍ପୋରେଟ୍‌ ସଂସ୍ଥା ପକ୍ଷରୁ ମଧ୍ୟ ଷ୍ଟଲ୍‌ ଖୋଲାହେବ। ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ସମାବେଶର ଆୟୋଜନ ଦ୍ୱାରା ରାଜ୍ୟର ଚାଷୀମାନେ ପ୍ରାଣୀପାଳନ ଓ ମତ୍ସ୍ୟଚାଷ କ୍ଷେତ୍ରରେ ନୂତନ ଜ୍ଞାନକୌଶଳ ଓ ଆଧୁନିକ ବୈଜ୍ଞାନିକ ପଦ୍ଧତି ସମ୍ପର୍କରେ ସଚେତନ ହେବେ ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ କହିଛନ୍ତି। ବୈଠକରେ ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍‌ ଆଲାମ, ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ରାମାଶିଷ ହାଜରାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri