ବେଆଇନ ଭାବେ ମାଛ ଧରୁଥିବାବେଳେ ଆନ୍ଧ୍ରପ୍ରଦେଶର ଦୁଇ ଡଙ୍ଗାକୁ ଧରିଲା ମତ୍ସ୍ୟବିଭାଗ, ତାଗିଦ ପରେ…

ଛତ୍ରପୁର, ୧୧।୧୦ (ଦିଲ୍ଲୀପ ସାମଲ) ଆର୍ଯ୍ୟପଲ୍ଲୀ ସମୁଦ୍ରକୁ ବେଆଇନ ଭାବେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରୁ ଅଧିକାଂଶ ସମୟରେ ବଡ ବଡ ଡଙ୍ଗା ଓ ଟ୍ରଲର ଆସି ଏଠାରେ ବଡ ବଡ ଜାଲରେ ମାଛ ମାରୁଥିବା ନେଇ ସ୍ଥାନୀୟ ମତ୍ସ୍ୟଜୀବୀମାନେ ବହୁବାର ଅଭିଯୋଗ କରିଆସୁଥିଲେ । ଏନେଇ ସୋମବାର କିଛି ବଡ ବଡ ଡଙ୍ଗା କାକିନଡା ଓ ବିଶାଖାପଟନମରୁ ଆର୍ଯ୍ୟପଲ୍ଲୀ ସମୁଦ୍ର ନିକଟରେ ମାଛ ମାରୁଥିବା ଛତ୍ରପୁର ସାମୁଦ୍ରିକ ମତ୍ସ୍ୟବିଭାଗ ଜାଣିପାରି ଦୁଇଟି ଡଙ୍ଗାକୁ ଜବତ କରି ଜେଟି ନିକଟକୁ ଆଣିଥିଲା । ସୀମା ପାର୍‌ କରି ବେଆଇନ ଭାବେ ମାଛ ମାରୁଥିବାରୁ ସେମାନଙ୍କ ମତ୍ସ୍ୟଜୀବୀମାନଙ୍କୁ ବିଭାଗ ପକ୍ଷରୁ ତାଗିଦ କରାଯାଇଥିଲା । ପରେ ଦୁଇ ଡଙ୍ଗାକୁ ଛଡାଯାଇଥିଲା। ଯେପରି ଏହାର ପୁନାରୁବୃର୍ତ୍ତି ନହେବ ସେଥିପ୍ରତି ଧ୍ୟାନ ଦେବାକୁ ସେମାନଙ୍କୁ କଡାନିର୍ଦ୍ଦେଶ ଦିଆଯାଇଥିଲା । ଯଦି ପୁଣି ବେଆଇନ ଭାବେ ଏଠାକୁ ଆସି ମାଛ ଧରିବେ ସେମାନଙ୍କ ଡଙ୍ଗାକୁ ଜବତ କରାଯିବ ବୋଲି ଛତ୍ରପୁର ସାମୁଦ୍ରିକ ମତ୍ସ୍ୟବିଭାଗ ପକ୍ଷରୁ କୁହାଯାଇଛି । ଏପରିକି ମେ ୩୧ ପ୍ରର୍ଯ୍ୟନ୍ତ ଆର୍ଯ୍ୟପଲ୍ଲୀ ଠାରୁ ପ୍ରୟାଗି ପ୍ରର୍ଯ୍ୟନ୍ତ ନୋ ଫିସିଙ୍ଗ ଜୋନ୍‌ ରହିଛି । ବେଆଇନ ଭାବେ ଆନ୍ଧ୍ରରୁ ବଡ ବଡ ଡଙ୍ଗା ଓ ଟ୍ରଲର ଆସି ବଡ ବଡ ଜାଲରେ ବେଆଇନ ଭାବେ ମାଛ ଧରି ନେଇଯାଉଥିବା ବେଳେ ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଛୋଟ ଡଙ୍ଗା ଓ ଜାଲ ଥିବାରୁ ସେମାନଙ୍କ ଜାଲରେ ମାଛ ସଂଖ୍ୟା କମିଯାଉଥିଲା । ଏନେଇ ସେମାନେ ବହୁବାର ଅଭିଯୋଗ କରିଆସୁଥିଲେ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri