ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ ୧.୦୫ ମିଟର ପର୍ଯ୍ୟନ୍ତ ଉଚ୍ଚ ଜୁଆର ଆସିପାରେ। ଏହା ସୁନାମି ଭଳି ହେବାର ସମ୍ଭାବନା ରହିଛି। ଏଥିସହିତ କାଳବୈଶାଖି ପବନ ଘଣ୍ଟା ପ୍ରତି ୫୦ ରୁ ୬୦ କିମି ବେଗରେ ବୋହିପାରେ। ଏହି ସମୟରେ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନ ଯିବା ପାଇଁ ପାରାଦୀପ ସାମୁଦ୍ରିକ ମତ୍ସ୍ୟ ବିଭାଗ ପକ୍ଷରୁ ରବିବାର ପାରାଦୀପ ମାଛଧରା ବନ୍ଦର ପରିସରରେ ଡାକବାଜି ଯନ୍ତ୍ର ଯୋଗେ ସୂଚନା ଦିଆଯାଇଛି। ଏବେ ପାରାଦୀପ ମାଛଧରାବନ୍ଦର ପୋତାଶ୍ରୟ ମଧ୍ୟରେ ୬୩୫ ବୋଟ ସୁରକ୍ଷିତ ଅଛି ବୋଲି ମତ୍ସ୍ୟ ଅଧିକାରୀ ବିଜୟ କୁମାର କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri