ବାତ୍ୟା ‘ରେମାଲ’ ଭୟ, କୂଳରେ ହାଇଆଲର୍ଟ

ଭୋଗରାଇ, ୨୬।୫(ପ୍ରଦୀପ ଦାସ):ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏଭଳି ସ୍ଥିତିରେ ୨ ରାଜ୍ୟ ପ୍ରଶାସନ ବାତ୍ୟା ମୁକାବିଲା ନିମନ୍ତେ ଜରୁରୀକାଳୀନ ଭିତ୍ତିରେ ବ୍ୟାପକ ପ୍ରସ୍ତୁତି କରିଛି। ଏହି ବାତ୍ୟା ଓଡିଶାକୁ ବିଶେଷ ପ୍ରଭାବିତ କରି ନ ପାରେ ବୋଲି ଜଳବାୟୁ ବୈଜ୍ଞାନିକମାନେ ଆକଳନ କରି କହୁଥିବା ବେଳେ ଓଡିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଜିଲାରେ ସ୍ଥାନେ ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ସହିତ ଝଟ୍‌କା ପବନ ବହିବ ବୋଲି ସୂଚନା ମିଳିଛି।

ବୈଜ୍ଞାନିକ ସୂଚନା ଆଧାରରେ ସ୍ବତନ୍ତ୍ର ରିଲିଫ କମିଶନର ଜିଲା ପ୍ରଶାସନକୁ କଡା ସତର୍କତା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ରବିବାର ମଧ୍ୟରାତ୍ରିରେ ପଶ୍ଚିମବଙ୍ଗ ସାଗରଦୀପ ଅତିକ୍ରମ କରି ବାଂଲାଦେଶ ଖେପୁପଡାରେ କଚାଡି ହୋଇପଡିବା ସହିତ ଉତ୍ତର ପଶ୍ଚିମବଙ୍ଗକୁ ମୁହାଁଇବ ବୋଲି ଗଣମାଧ୍ୟମ ସୂଚନା ଦେଉଥିବା ବେଳେ ଓଡିଶା ଓ ପଶ୍ଚିମବଙ୍ଗ ଜିଲା ପ୍ରଶାସନ ପକ୍ଷରୁ ବାଲେଶ୍ୱର ଉପକୂଳ ଉଦୟପୁର, ତାଳସାରୀ, ବିଚିତ୍ରପୁର, ଚୌମୁଖ, ଡଗରା, ବାହାବଳପୁର, କଷାଫଳ, ଚାନ୍ଦିପୁର ଓ ଗୋପାଳପୁର ସହିତ ପଶ୍ଚିମବଙ୍ଗ ଦୀଘା, ଶଙ୍କରପୁର, ତାଜପୁର, ମନ୍ଦାରମଣୀ, ପେଟୁଆ, ସାଗରଦୀପ ଆଦି ମତ୍ସ୍ୟ ଅବତରଣ କେନ୍ଦ୍ରରେ ଡାକବାଜି ଯନ୍ତ୍ର ଦ୍ୱାରା ମତ୍ସଜୀବୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଉଛି। ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ଉପକୂଳ ଶନିବାର ମଧ୍ୟାହ୍ନରୁ ଆକାଶ ମେଘାଛନ୍ନ ଓ ବର୍ଷା ଆରମ୍ଭ ହୋଇଛି। ଦୀଘାରେ ଏନ୍‌ଡିଆରଏଫ୍‌ ପକ୍ଷରୁ ସମୁଦ୍ର ତଟରେ ରଶି ବାନ୍ଧି ପର୍ଯ୍ୟଟକଙ୍କୁ ଡାକବାଜି ଯନ୍ତ୍ର ଦ୍ୱାରା ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଉଛି। ଦୀଘା ଉପକୂଳରେ ପ୍ରଶାସନ ହାଇଆଲର୍ଟ ଜାରି କରିଥିବା ବେଳେ ପାରାଦ୍ୱୀପ-ହଳଦିଆ ବନ୍ଦରରୁ ତଟରକ୍ଷୀ ବାହିନୀକୁ ସମୁଦ୍ରରେ ସତର୍କ ରହିବାକୁ କୁହାଯାଇଛି। ସମୁଦ୍ରର ଉତ୍ତାଳ ଢେଉ କୂଳଆଡକୁ ମାଡିଆସି ତଟ ସୁରକ୍ଷା ପଥର ବନ୍ଧରେ ମାଡ କରୁଛି l ଗଭୀର ସମୁଦ୍ରରେ ମାଛମାରିବାକୁ ଯାଇଥିବା ବଡ ଟ୍ରଲର ଓ ଛୋଟ ଡ଼ଙ୍ଗା କୂଳକୁ ଫେରି ସୁରକ୍ଷା ସ୍ଥାନରେ ମତ୍ସଜୀବୀମାନେ ରଖିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri