ମତ୍ସ୍ୟଜୀବୀଙ୍କୁ ୨ ମାସ ସମୁଦ୍ର ମନା

ବାଲିଆପାଳ, ୨୨।୪(ସ୍ବ.ପ୍ର.) ଦକ୍ଷିଣ ବାଲିଆପାଳର ୨୪ କି.ମି. ସମୁଦ୍ରକୂଳିଆ ଅଞ୍ଚଳର ଲୋକମାନେ ସମୁଦ୍ରରୁ ମାଛ ଧରି ଜୀବିକାନିର୍ବାହ କରନ୍ତି। ସରକାର ମତ୍ସ୍ୟଜୀବୀମାନଙ୍କୁ ଏପ୍ରିଲ ୧୫ଠାରୁ ଜୁନ୍‌ ୧୪ପର୍ଯ୍ୟନ୍ତ ୨ମାସ ସମୁଦ୍ରରୁ ମାଛ ଧରିବା ଉପରେ ରୋକ ଲଗାଇଛନ୍ତି। ଫଳରେ ସମୁଦ୍ର ଉପରେ ନିର୍ଭର କରି ଚଳୁଥିବା ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ ସମୁଦ୍ରରେ ମାଛମାନଙ୍କର ପ୍ରଜନନ ସମୟ। ସେଥିପାଇଁ ସରକାର ଦୁଇ ମାସ ସମୁଦ୍ରରୁ ମାଛଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ନମ୍ବର ୫୧୫୪ ମାଧ୍ୟମରେ ବିଧିବଦ୍ଧ ଭାବେ ଘୋଷଣା ହେବା ପରେ ସମୁଦ୍ର ଉପରେ ନିର୍ଭର କରି ନିଜର ପରିବାର ଚଳୁଥିବା ହଜାର ହଜାର ମତ୍ସ୍ୟଜୀବୀ ପରିବାର ମୁଣ୍ଡରେ ଚଡକ ପଡ଼ିଛି। ସମୁଦ୍ରରୁ ମାଛ ଧରି ସମୁଦ୍ର କୂଳିଆ ହଜାର ହଜାର ମତ୍ସ୍ୟ ଜୀବୀଙ୍କ ପରିବାର ଏବେ ଚିନ୍ତାରେ।
ସାମୁଦ୍ରିକ ମତ୍ସ୍ୟ ନିୟମ ୧୯୮୨ ଅନୁଯାୟୀ ମାଛ ଓ କଇଁଛଙ୍କ ଅଣ୍ଡାଦାନ ସମୟ ହୋଇଥିବାରୁ ପ୍ରତିବର୍ଷ ଏହି ଦୁଇମାସ ସମୁଦ୍ରରେ ମାଛଧରା ବନ୍ଦ ରହିଥାଏ। ତେଣୁ ସମୁଦ୍ରକୁ ମାଛ ଧରିବାକୁ ଯାଉଥିବା ସମସ୍ତ ଯନ୍ତ୍ରଚାଳିତ ଡଙ୍ଗା, ଟ୍ରଲର ଆଦି ସମୁଦ୍ରକୁ ନ ଯିବାକୁ ବିଧିବଦ୍ଧ ଭାବରେ ଘୋଷଣା କରାଯାଇଛି। ଫଳରେ ବାଲିଆପାଳ ବ୍ଲକର ସମୁଦ୍ରକୂଳିଆ ୨୪ କି.ମି.ରୁ ଅଧିକ ସୁଦୀର୍ଘ ବେଳାଭୂମିର ସମୁଦ୍ରରୁ ମାଛ ଧରି ପେଟ ପୋଷୁଥିବା ଲକ୍ଷାଧିକ ଲୋକ ଏବେ ରୋଜଗାରଶୂନ୍ୟ। ଚଉମୁଖଠାରୁ ହଂସକରା ମୁହାଣ ପର୍ଯ୍ୟନ୍ତ ସମସ୍ତ ମତ୍ସ୍ୟଜୀବୀ ଜୀବିକା ହରାଇ କୂଳରେ ଡଙ୍ଗା ବାନ୍ଧି ବେକାର ହୋଇ ବସିବା ଫଳରେ ଜୀବନଜୀବିକା ବିପନ୍ନ ହୋଇଛି। ମୁହଁରୁ ହସ ଲିଭିଯାଇଛି।
ସରକାର ଓ ମତ୍ସ୍ୟ ବିଭାଗ ପକ୍ଷରୁ ଏହି ଦୁଇମାସ ମତ୍ସ୍ୟଜୀବୀମାନଙ୍କ ପାଇଁ ଆର୍ଥତ୍କ ସହାୟତା ରାଶି ପ୍ରଦାନ କରାଯାଉନାହିଁ। ଏପରିକି ମତ୍ସ୍ୟଜୀବୀମାନଙ୍କ ତାଲିକା ଠିକ୍‌ ଭାବେ ପ୍ରସ୍ତୁତ ହେଉନାହିଁ। ଫଳରେ ସରକାରୀ ସହାୟତା ମିଳୁନାହିଁ ବୋଲି ମତ୍ସ୍ୟଜୀବୀମାନେ ଅଭିଯୋଗ କରିଛନ୍ତି। ବିଭାଗୀୟ ଅଧିକାରୀ ଏ ଦିଗରେ ପଦକ୍ଷେପ ନେଇ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି। ସରକାର ତୁରନ୍ତ ପଦକ୍ଷେପ ନେବାପାଇଁ ମତ୍ସ୍ୟଜୀବୀ ସଂଘ ପକ୍ଷରୁ ସ୍ଥାନୀୟ ମତ୍ସ୍ୟ ଅଧିକାରୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?