ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ କଡ଼ା ଚେତାବନୀ

ଭୁବନେଶ୍ବର,୧୦।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ବେଳାଭୂମି ଅଶାନ୍ତ ହେଲାଣି। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ କରାଯାଇଛି। ଯଦି କେହି ଏହି ନିୟମ ଅମାନ୍ୟ କରନ୍ତି ତେବେ ତାଙ୍କ ବିରୋଧରେ ବିପର୍ଯ୍ୟୟ ଆଇନ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନ କହିଛନ୍ତିି। ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ମନା ହୋଇଛି।
ଅନ୍ୟପଟେ, ବାତ୍ୟା ‘ଅସାନି’ ଏବେ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୪୯୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦କିମି ଦୂରରେ କେନ୍ଦ୍ରୀଭୂତ ଅଛି ଭୀଷଣ ବାତ୍ୟା ‘ଅସାନି’ । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୦ କିମି ବେଗରେ ଗତି କରୁଛି।