ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି। କାଲିଠାରୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ମାଛ ଧରିବା ପାଇଁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଉପକୂଳ ଓ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତରୁ ଅତ୍ୟନ୍ତ ଅଶାନ୍ତ ରହିବ, ଯାହା ମାଛଧରା ଡଙ୍ଗା ଓ ଟ୍ରଲର ଚଳାଚଳ ପାଇଁ ବିପଦଜନକ ହୋଇପାରେ।

ଯେଉଁ ମତ୍ସ୍ୟଜୀବୀମାନେ ପୂର୍ବରୁ ସମୁଦ୍ର ମଧ୍ୟକୁ ଯାଇଛନ୍ତି, ସେମାନଙ୍କୁ ଶୀଘ୍ର ଉପକୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି। ସେହିପରି ଉପକୂଳବର୍ତ୍ତୀ ଜିଲ୍ଲା ପ୍ରଶାସନ, ମତ୍ସ୍ୟ ବିଭାଗ ଓ ବନ୍ଦର କର୍ତ୍ତୃପକ୍ଷଙ୍କୁ ମଧ୍ୟ ସତର୍କ ରହିବା ସହ ସମସ୍ତ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି। ପାଣିପାଗ ସତର୍କତା ଅବଲମ୍ବନ କରିବାକୁ ଅନୁରୋଧ କରିଛି।

Dharitri – Odisha’s No.1 Odia Daily