ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, ଏସ୍‌ପି ପ୍ରତୀକ ସିଂଙ୍କ ନିକଟକୁ ସୂଚନା ଆସିଥିଲା ଯେ, ଆନ୍ଧ୍ରପ୍ରଦେଶର କାକିନାଡ଼ା ଫିସିଙ୍ଗ ହାର୍ବରରୁ ମାଛ ଧରିବା ପାଇଁ ବାହାରିଥିବା (ଆଇଏନ୍‌ଡି-ଏପି-ଭି୫-ଏମଏମ -୮୭୨) ନମ୍ବର ବିଶିଷ୍ଟ ଏକ ମାଛଧରା ଡଙ୍ଗା ସମୁଦ୍ରରେ ଫସି ରହିଛି। ଡଙ୍ଗାଟିର ଇଞ୍ଜିନ ସମ୍ପୂର୍ଣ୍ଣ ଅଚଳ ହୋଇଯିବା ସହ ନଙ୍ଗର ମଧ୍ୟ କାର୍ଯ୍ୟକ୍ଷମ ନ ଥିବାରୁ ଏହା ପୁରୀର ତାଜ ହୋଟେଲ ଉପକୂଳ ନିକଟରେ ସମୁଦ୍ରର ପ୍ରାୟ ୨ରୁ ୩ କି.ମି. ଦୂରରେ ପ୍ରତିକୂଳ ସମୁଦ୍ର ପରିସ୍ଥିତି ମଧ୍ୟରେ ଅଟକି ରହିଥିଲା। ଏହି ସୂଚନା ପାଇବା ପରେ ଏସ୍‌ପି ତୁରନ୍ତ ସମସ୍ତ ସମ୍ପୃକ୍ତ ଟିମ୍‌କୁ ସତର୍କ କରି ଉଦ୍ଧାର କାର୍ଯ୍ୟ ପାଇଁ ନିର୍ଦ୍ଦେଶ ଦେଇଥିଲେ।
ବଳିଆପଣ୍ଡା ଥାନା ଓ ପେଣ୍ଠକଟା ମେରାଇନ୍‌ ପୋଲିସ ଥାନାର ଅଧିକାରୀ ତୁରନ୍ତ ସମନ୍ବୟ ରକ୍ଷା କରି ନିକଟସ୍ଥ ମାଛଧରା ଡଙ୍ଗା ସହ ଯୋଗାଯୋଗ ସ୍ଥାପନ କରିଥିଲେ। ପରବର୍ତ୍ତୀ ସମୟରେ ବିଶାଖାପଟଣାର ଏକ ନିକଟବର୍ତ୍ତୀ ମାଛଧରା ଡଙ୍ଗା ଘଟଣାସ୍ଥଳରେ ପହଞ୍ଚି ୧୦ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା। ଉଦ୍ଧାର ହୋଇଥିବା ମତ୍ସ୍ୟଜୀବୀ ସୁରକ୍ଷିତ ଥିବା ସହ ସେମାନେ ନିଜ ଘରକୁ ଫେରିଛନ୍ତି। ଅଚଳ ଡଙ୍ଗାଟିକୁ ପରବର୍ତ୍ତୀ ସମୟରେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯିବ। ଉଦ୍ଧାର ହୋଇଥିବା ମତ୍ସ୍ୟଜୀବୀ ବିଜୟନଗରମ ଜିଲାର ଚିନ୍ତାପଲ୍ଲୀ ଗ୍ରାମର ବାସିନ୍ଦା ହୋଇଥିବାବେଳେ ପୁରୀ ପୋଲିସର ତ୍ୱରିତ ପଦକ୍ଷେପ, ସମନ୍ବୟ ଓ ମାନବିକ ଉଦ୍ୟମ ପାଇଁ କୃତଜ୍ଞତା ପ୍ରକାଶ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?