ହୀରାକୁଦ ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୧୨ା୭: ହୀରାକୁଦ ଜଳଭଣ୍ଡାରରୁ ମାଛ ଧରୁଥିବାବେଳେ ଡଙ୍ଗାରୁ ଖସିପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଲଖନପୁର ଥାନା ଅଧୀନ ବଲଣ୍ଡା ଗ୍ରାମର ପ୍ରଫୁଲ୍ଲ ମାଝି(୩୬)। ଖବରପାଇ ଲଖନପୁର ଥାନା ପୋଲିସ ମୃତଦେହ ଜବତ କରି ଝାରସୁଗୁଡ଼ା ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଲଖନପୁର ଥାନାରେ କେସ୍‌ ନଂ ୧୨/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି।

ସୂଚନାଯୋଗ୍ୟ, ମତ୍ସ୍ୟଜୀବୀ ପ୍ରଫୁଲ୍ଲ ମାଝି ଓ ଗଜରାଜ ଘୁସି ମିଶି ପ୍ରତିଦିନ ଭଳି ମଙ୍ଗଳବାର ଭୋର୍‌ରୁ ଡଙ୍ଗାଧରି ହୀରାକୁଦ ଜଳଭଣ୍ଡାରକୁ ମାଛ ମାରିବା ପାଇଁ ଯାଇଥିଲେ। ମାଛ ଧରୁଥିବାବେଳେ ହଠାତ୍‌ ପ୍ରଫୁଲ୍ଲ ଡଙ୍ଗାରୁ ପାଣିକୁ ଖସିପଡ଼ିଥିଲେ। ଡଙ୍ଗାରେ ଥିବା ଅନ୍ୟତମ ସାଥୀ ଗଜରାଜ ନିକଟରେ ଥିବା ଅନ୍ୟ ମତ୍ସ୍ୟଜୀବୀମାନଙ୍କୁ ଡାକି ପାଣିରୁ ପ୍ରଫୁଲ୍ଲଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ଏକ ଗାଡ଼ିରେ ବେଲପାହାଡ଼ ଟାଟା କ୍ରୋସାକୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ମତ୍ସ୍ୟଜୀବୀଙ୍କ ବୃଦ୍ଧ ମା’, ଭଉଣୀ,ସ୍ତ୍ରୀ ଓ ଏକମାତ୍ର ପୁଅ ରହିଛନ୍ତି। ପରିବାରରେ ପ୍ରଫୁଲ୍ଲ ଏକମାତ୍ର ରୋଜଗାରିଆ ପୁଅ ହୋଇଥିବା ବେଳେ ତାଙ୍କ ଦେହାନ୍ତ ପରେ ଏବେ ପରିବାର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛନ୍ତି। ସମ୍ପୃକ୍ତ ଅସହାୟ ପରିବାରଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ସ୍ଥାନୀୟ ସରପଞ୍ଚ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri