କଟକଣା ଅଞ୍ଚଳରେ ଘୂରିବୁଲୁଛି ବୋଟ୍‌, ଟ୍ରଲର

କେନ୍ଦ୍ରାପଡ଼ା ଅଫିସ, ୧୫ା୧୨: ବିରଳ ଅଲିଭ୍‌ରିଡ୍‌ଲେ କଇଁଛ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ଏକାଠି ହୋଇଛନ୍ତି। ମିଳନ ପର୍ବ ଆରମ୍ଭ ହୋଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ ବନ ବିଭାଗ ନଜର ରଖିଛି। ଏହାସତ୍ତ୍ୱେ କଟକଣା ଅଞ୍ଚଳରେ ମତ୍ସ୍ୟଜୀବୀ ବୋଟ, ଟ୍ରଲର ଘୂରି ବୁଲୁଛି। ଦେଢ଼ ମାସ ମଧ୍ୟରେ ୯ଟି ବୋଟ, ଟ୍ରଲର ଧରାଯାଇ ୫୦ ରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀଙ୍କୁ ଗିରଫ କରାଗଲାଣି। ଭାରତୀୟ ବନ୍ୟପ୍ରାଣୀ ସୁରକ୍ଷା ଅଧିନିୟମ ୧୯୭୨ ସିଡ୍ୟୁଲ ୧ରେ ଥିବା ଏହି ଜୀବର ସୁରକ୍ଷାକୁ ନେଇ ପରିବେଶବିତ ଓ ବୁଦ୍ଧିଜୀବୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବନ ବିଭାଗର ସ୍ପିଡ ବୋଟ ଅଚଳ, ସାମୁଦ୍ରିକ ଥାନାରେ କର୍ମଚାରୀଙ୍କ ଅଭାବ, ସମୁଦ୍ର ତଟରକ୍ଷା ବାହିନୀ ସହ ଯୋଗାଯୋଗର ଅଭାବ ଆଦି ସୁରକ୍ଷା ଚିନ୍ତାକୁ ବଢ଼ାଇ ଦେଇଛି। ସେହିପରି ତଟକ୍ଷୟ ଯୋଗୁ ପ୍ରଜନନ ସ୍ଥଳ କମିବା, ନିକଟସ୍ଥ ହୁଇଲର ଦ୍ୱୀପରୁ ବାରମ୍ବାର ମିଶାଇଲର ପରୀକ୍ଷଣ ହେବା ଅଲିଭ୍‌ରିଡ୍‌ଲେଙ୍କ ପ୍ରଜନନକୁ ପ୍ରଭାବିତ କରିବ ବୋଲି ସେମାନେ ଆଶଙ୍କା ପ୍ରକଟ କରିଛନ୍ତି।

ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ, ଜଗନ୍ନାଥ ଦାସ, ଦୋଳଗୋବିନ୍ଦ ଜେନା, ପରିବେଶବିତ୍‌ ହେମନ୍ତ କୁମାର ରାଉତ, ଅଶୋକ କୁମାର ସ୍ବାଇଁ ପ୍ରମୁଖ କହିଛନ୍ତି, ପ୍ରତିବର୍ଷ ୪ରୁ ୫ ଲକ୍ଷ ପର୍ଯ୍ୟନ୍ତ ଅଲିଭ୍‌ରିଡ୍‌ଲେ ଏହି ଅଞ୍ଚଳକୁ ପ୍ରଜନନ ସ୍ଥଳ ଭାବେ ବାଛିବା ବିଶ୍ୱ ପ୍ରକୃତିପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି। ୧୪୩୫ବର୍ଗ କି.ମି. ଏହି କଇଁଛଙ୍କ ଅନ୍ତୁଡିଶାଳ ବିଭିନ୍ନ କାରଣରୁ ଦୁର୍ବଳ ହେଉଥିବା ବେଳେ ଏହି ବିରଳ ଜୀବ ଆଇୟୁସିଏନର ରେଡ ଡାଟା ବୁକ୍‌ରେ ଅଛି। ୧ ହଜାର ଶାବକଙ୍କ ମଧ୍ୟରୁ ମାତ୍ର ଗୋଟିଏ ପୂର୍ଣ୍ଣ ବୟସ୍କ ହେଉଥିବା ଆଇୟୁସିଏନ ଦର୍ଶାଇଥିବା ବେଳେ କଇଁଛ ଅକାଳ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ବନ ଓ ପରିବେଶ ବିଭାଗ ୧୯୯୭ ସେପ୍ଟେମ୍ବର ୨୭ରେ ଗହୀରମଥାର ଏହି ସାମୁଦ୍ରିକ ଅଞ୍ଚଳକୁ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରୁ ଅଲଗା କରି ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରିଛନ୍ତି। ଗହୀରମଥା ସାମୁଦ୍ରିକ ଅଞ୍ଚଳ ୧୪୩୫ ବର୍ଗ କି.ମି. ମଧ୍ୟରୁ ମାତ୍ର ୨୭ ବର୍ଗ କି.ମି. ସ୍ଥଳଭାଗ। ତେବେ ଏହି ସ୍ଥଳଭାଗ ସାମୁଦ୍ରିକ ତଟକ୍ଷୟ ହେବାରେ ଲାଗିଛି। ବିଗତ ବର୍ଷଗୁଡିକରେ ନାଶୀ ୧ ଓ ୨, ବାବୁବାଲି, ଏକକୁଳା ଆଦି ସ୍ଥାନଗୁଡିକର ଆକାର କମିଛି। ପ୍ରଜନନ ସ୍ଥାନ ପାଇଁ କଇଁଛଙ୍କ ଅକାଳ ମୃତ୍ୟୁ ଏବେ ସମସ୍ୟା ହୋଇଛି। ଏହି ନିଷିଦ୍ଧାଞ୍ଚଳରେ ବହୁ ସମୟରେ ବେଆଇନ ମାଛ ଧରା ସେମାନଙ୍କ ଜୀବନ ପ୍ରତି ବିପଦ ସାଜିଛି। ବନ ବିଭାଗ ନିକଟରେ ବେଆଇନ ଭାବେ ପ୍ରବେଶ କରୁଥିବା ଟ୍ରଲରକୁ ଧରିବା ପାଇଁ ଉପଯୁକ୍ତ ଇଞ୍ଜିନ ବିଶିଷ୍ଟ ବୋଟ ନାହିଁ। ଜିଲାରେ ତନ୍ତିଆପାଳ, ଖରିନାସୀ ଓ ଜମ୍ବୁ ସାମୁଦ୍ରିକ ଥାନା ଥିଲେ ମଧ୍ୟ କର୍ମଚାରୀଙ୍କ ଅଭାବ ରହିଛି। ସେହିପରି ତଟ ସୁରକ୍ଷା ବାହାନୀ ସହ ସମ୍ପର୍କ ରଖିବାରେ ବହୁ ସମୟରେ ବନ ବିଭାଗ ବିଫଳ ହେଉଛି। ରାଜ୍ୟ ସରକାର ଅଲିଭ୍‌ରିଡ୍‌ଲେଙ୍କ ସୁରକ୍ଷା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଏହି ଜୀବକୁ ସରକାର ମାସ୍‌କଟ ଭାବେ ବ୍ୟବହାର କରୁଥିବା ବେଳେ ଏହାର ସୁରକ୍ଷା ସହିତ ପ୍ରଚାର ପ୍ରସାର ପାଇଁ ଇକୋ ଟୁରିଜମ୍‌ ବ୍ୟବସ୍ଥା କରିଛନ୍ତି। ତେବେ ବିଭିନ୍ନ କାରଣରୁ ପ୍ରତିବର୍ଷ ନିଷିଦ୍ଧାଞ୍ଚଳରେ ହଜାରରୁ ଅଧିକ କଇଁଛଙ୍କ ମୃତ୍ୟୁ ହେଉଛି। ସୁରକ୍ଷା ବ୍ୟବସ୍ଥା ଗହୀରମଥାରେ କାର୍ଯ୍ୟକାରୀ ହେଉ ନ ଥିବା ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଡିଏଫ୍‌ଓ ଯୋଗେନ୍ଦ୍ର ଗୋପୀନାଥ ଯାଦବଙ୍କୁ ପଚାରିବାରେ ବିରଳ ଅଲିଭ୍‌ରିଡ୍‌ଲେଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଛି। ଦ୍ୱାପାଞ୍ଚଳରେ କ୍ୟାମ୍ପ ବ୍ୟତୀତ ପାଟ୍ରୋଲିଂକୁ ବଢ଼ା ଯାଇଛି। ସମୁଦ୍ର ମଧ୍ୟକୁ କଟକଣା ସମୟରେ ବେଆଇନ ପ୍ରବେଶ କରୁଥିବା ବୋଟ ଓ ଟ୍ରଲରକୁ ଜବତ କରାଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କ ନାମରେ ମାମଲା ରୁଜୁ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?