କଟକଣା ଅଞ୍ଚଳରେ ଘୂରିବୁଲୁଛି ବୋଟ୍‌, ଟ୍ରଲର

କେନ୍ଦ୍ରାପଡ଼ା ଅଫିସ, ୧୫ା୧୨: ବିରଳ ଅଲିଭ୍‌ରିଡ୍‌ଲେ କଇଁଛ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ଏକାଠି ହୋଇଛନ୍ତି। ମିଳନ ପର୍ବ ଆରମ୍ଭ ହୋଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ ବନ ବିଭାଗ ନଜର ରଖିଛି। ଏହାସତ୍ତ୍ୱେ କଟକଣା ଅଞ୍ଚଳରେ ମତ୍ସ୍ୟଜୀବୀ ବୋଟ, ଟ୍ରଲର ଘୂରି ବୁଲୁଛି। ଦେଢ଼ ମାସ ମଧ୍ୟରେ ୯ଟି ବୋଟ, ଟ୍ରଲର ଧରାଯାଇ ୫୦ ରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀଙ୍କୁ ଗିରଫ କରାଗଲାଣି। ଭାରତୀୟ ବନ୍ୟପ୍ରାଣୀ ସୁରକ୍ଷା ଅଧିନିୟମ ୧୯୭୨ ସିଡ୍ୟୁଲ ୧ରେ ଥିବା ଏହି ଜୀବର ସୁରକ୍ଷାକୁ ନେଇ ପରିବେଶବିତ ଓ ବୁଦ୍ଧିଜୀବୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବନ ବିଭାଗର ସ୍ପିଡ ବୋଟ ଅଚଳ, ସାମୁଦ୍ରିକ ଥାନାରେ କର୍ମଚାରୀଙ୍କ ଅଭାବ, ସମୁଦ୍ର ତଟରକ୍ଷା ବାହିନୀ ସହ ଯୋଗାଯୋଗର ଅଭାବ ଆଦି ସୁରକ୍ଷା ଚିନ୍ତାକୁ ବଢ଼ାଇ ଦେଇଛି। ସେହିପରି ତଟକ୍ଷୟ ଯୋଗୁ ପ୍ରଜନନ ସ୍ଥଳ କମିବା, ନିକଟସ୍ଥ ହୁଇଲର ଦ୍ୱୀପରୁ ବାରମ୍ବାର ମିଶାଇଲର ପରୀକ୍ଷଣ ହେବା ଅଲିଭ୍‌ରିଡ୍‌ଲେଙ୍କ ପ୍ରଜନନକୁ ପ୍ରଭାବିତ କରିବ ବୋଲି ସେମାନେ ଆଶଙ୍କା ପ୍ରକଟ କରିଛନ୍ତି।

ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ, ଜଗନ୍ନାଥ ଦାସ, ଦୋଳଗୋବିନ୍ଦ ଜେନା, ପରିବେଶବିତ୍‌ ହେମନ୍ତ କୁମାର ରାଉତ, ଅଶୋକ କୁମାର ସ୍ବାଇଁ ପ୍ରମୁଖ କହିଛନ୍ତି, ପ୍ରତିବର୍ଷ ୪ରୁ ୫ ଲକ୍ଷ ପର୍ଯ୍ୟନ୍ତ ଅଲିଭ୍‌ରିଡ୍‌ଲେ ଏହି ଅଞ୍ଚଳକୁ ପ୍ରଜନନ ସ୍ଥଳ ଭାବେ ବାଛିବା ବିଶ୍ୱ ପ୍ରକୃତିପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି। ୧୪୩୫ବର୍ଗ କି.ମି. ଏହି କଇଁଛଙ୍କ ଅନ୍ତୁଡିଶାଳ ବିଭିନ୍ନ କାରଣରୁ ଦୁର୍ବଳ ହେଉଥିବା ବେଳେ ଏହି ବିରଳ ଜୀବ ଆଇୟୁସିଏନର ରେଡ ଡାଟା ବୁକ୍‌ରେ ଅଛି। ୧ ହଜାର ଶାବକଙ୍କ ମଧ୍ୟରୁ ମାତ୍ର ଗୋଟିଏ ପୂର୍ଣ୍ଣ ବୟସ୍କ ହେଉଥିବା ଆଇୟୁସିଏନ ଦର୍ଶାଇଥିବା ବେଳେ କଇଁଛ ଅକାଳ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ବନ ଓ ପରିବେଶ ବିଭାଗ ୧୯୯୭ ସେପ୍ଟେମ୍ବର ୨୭ରେ ଗହୀରମଥାର ଏହି ସାମୁଦ୍ରିକ ଅଞ୍ଚଳକୁ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରୁ ଅଲଗା କରି ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରିଛନ୍ତି। ଗହୀରମଥା ସାମୁଦ୍ରିକ ଅଞ୍ଚଳ ୧୪୩୫ ବର୍ଗ କି.ମି. ମଧ୍ୟରୁ ମାତ୍ର ୨୭ ବର୍ଗ କି.ମି. ସ୍ଥଳଭାଗ। ତେବେ ଏହି ସ୍ଥଳଭାଗ ସାମୁଦ୍ରିକ ତଟକ୍ଷୟ ହେବାରେ ଲାଗିଛି। ବିଗତ ବର୍ଷଗୁଡିକରେ ନାଶୀ ୧ ଓ ୨, ବାବୁବାଲି, ଏକକୁଳା ଆଦି ସ୍ଥାନଗୁଡିକର ଆକାର କମିଛି। ପ୍ରଜନନ ସ୍ଥାନ ପାଇଁ କଇଁଛଙ୍କ ଅକାଳ ମୃତ୍ୟୁ ଏବେ ସମସ୍ୟା ହୋଇଛି। ଏହି ନିଷିଦ୍ଧାଞ୍ଚଳରେ ବହୁ ସମୟରେ ବେଆଇନ ମାଛ ଧରା ସେମାନଙ୍କ ଜୀବନ ପ୍ରତି ବିପଦ ସାଜିଛି। ବନ ବିଭାଗ ନିକଟରେ ବେଆଇନ ଭାବେ ପ୍ରବେଶ କରୁଥିବା ଟ୍ରଲରକୁ ଧରିବା ପାଇଁ ଉପଯୁକ୍ତ ଇଞ୍ଜିନ ବିଶିଷ୍ଟ ବୋଟ ନାହିଁ। ଜିଲାରେ ତନ୍ତିଆପାଳ, ଖରିନାସୀ ଓ ଜମ୍ବୁ ସାମୁଦ୍ରିକ ଥାନା ଥିଲେ ମଧ୍ୟ କର୍ମଚାରୀଙ୍କ ଅଭାବ ରହିଛି। ସେହିପରି ତଟ ସୁରକ୍ଷା ବାହାନୀ ସହ ସମ୍ପର୍କ ରଖିବାରେ ବହୁ ସମୟରେ ବନ ବିଭାଗ ବିଫଳ ହେଉଛି। ରାଜ୍ୟ ସରକାର ଅଲିଭ୍‌ରିଡ୍‌ଲେଙ୍କ ସୁରକ୍ଷା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଏହି ଜୀବକୁ ସରକାର ମାସ୍‌କଟ ଭାବେ ବ୍ୟବହାର କରୁଥିବା ବେଳେ ଏହାର ସୁରକ୍ଷା ସହିତ ପ୍ରଚାର ପ୍ରସାର ପାଇଁ ଇକୋ ଟୁରିଜମ୍‌ ବ୍ୟବସ୍ଥା କରିଛନ୍ତି। ତେବେ ବିଭିନ୍ନ କାରଣରୁ ପ୍ରତିବର୍ଷ ନିଷିଦ୍ଧାଞ୍ଚଳରେ ହଜାରରୁ ଅଧିକ କଇଁଛଙ୍କ ମୃତ୍ୟୁ ହେଉଛି। ସୁରକ୍ଷା ବ୍ୟବସ୍ଥା ଗହୀରମଥାରେ କାର୍ଯ୍ୟକାରୀ ହେଉ ନ ଥିବା ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଡିଏଫ୍‌ଓ ଯୋଗେନ୍ଦ୍ର ଗୋପୀନାଥ ଯାଦବଙ୍କୁ ପଚାରିବାରେ ବିରଳ ଅଲିଭ୍‌ରିଡ୍‌ଲେଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଛି। ଦ୍ୱାପାଞ୍ଚଳରେ କ୍ୟାମ୍ପ ବ୍ୟତୀତ ପାଟ୍ରୋଲିଂକୁ ବଢ଼ା ଯାଇଛି। ସମୁଦ୍ର ମଧ୍ୟକୁ କଟକଣା ସମୟରେ ବେଆଇନ ପ୍ରବେଶ କରୁଥିବା ବୋଟ ଓ ଟ୍ରଲରକୁ ଜବତ କରାଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କ ନାମରେ ମାମଲା ରୁଜୁ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri