Posted inଭଦ୍ରକ

ବିନା ନିଲାମରେ ପୋଖରୀରୁ ମାଛଧରା, ଥାନାରେ ଏତଲା ଦେଲେ ସରପଞ୍ଚ

ପଦ୍ମପୁର, ୧୯।୫ (ଡି.ଏନ.ଏ.): ଭଦ୍ରକ ଜିଲା ସଦର ବ୍ଲକ ସାହାଡ଼ା ପଞ୍ଚାୟତର ନିଲାମ ହୋଇ ନ ଥିବା ଦୁଇଟି ପୋଖରୀରୁ ଗ୍ରାମର କେତେଜଣ ବ୍ୟକ୍ତି ଜାଲ ଟାଣି ବୁଧବାର ମାଛ ଧରି ନେଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମବାସୀ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିବା ବେଳେ ସରପଞ୍ଚ ମାଧବ ମଲ୍ଲିକ ସାବରଙ୍ଗ ଥାନାରେ ଏତଲା ଦେଇଛନ୍ତି। ଏହି ପଞ୍ଚାୟତ ବାସୁଦେବପୁର ମୌଜାର ନାଣ୍ଡିପୋଖରୀ ଓ କାକୁଡ଼ି ପୋଖରୀ ଗତ ୩ବର୍ଷ ଧରି ନିଲାମ ହୋଇନାହିଁ। କେତେଜଣ ବ୍ୟକ୍ତି ଦୁଇ ପୋଖରୀରୁ ଜାଲ ଟାଣି ୬୦ରୁ ୭୦ କୁଇଣ୍ଟାଲ ମାଛ ଧରି ନେଇଛନ୍ତି। ଏହାପରେ ପମ୍ପ ପକାଇ ପୋଖରୀ ଶୁଖାଇଥିବା ବେଳେ ସ୍ଥାନୀୟ ଗ୍ରାମବାସୀ ଓ ସରପଞ୍ଚ ମିଳିତ ଭାବେ ଏହାକୁ ବିରୋଧ କରି ମାଛଧରା ବନ୍ଦ କରିଛନ୍ତି। ପୋଖରୀ ନିଲାମ ଦିଆଯାଇ ନ ଥିବାବେଳେ କେଉଁ ପରିସ୍ଥିତିରେ କାହା ପ୍ରରୋଚନାରେ ମାଛ ଧରାଯାଇଛି। ଏ ବାବଦରେ ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri