ହୀରାକୁଦର ଆବଦ୍ଧ ମାଛଚାଷ ସଫଳ ମଡେଲ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଆବଦ୍ଧ ମାଛଚାଷ ବା କେଜ୍‌ ଫିସ୍‌ କଲ୍‌ଚର ଏକ ସଫଳ ମଡେଲ୍‌। ଏହା ଖୁବ୍‌ଶୀଘ୍ର ରାଜ୍ୟର ମଧୁର ପାଣି ମାଛ ଉତ୍ପାଦନକୁ ବହୁ ପରିମାଣରେ ବୃଦ୍ଧି କରିବ। ଉଭୟ କ୍ଷେତ୍ର ପରିଦର୍ଶନ ଏବଂ ଉଚ୍ଚସ୍ତରୀୟ ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହା କହିଛନ୍ତି। ଏହି ଅବସରରେ ସେ ହୀରାକୁଦ ଜଳଭଣ୍ଡାରରେ ସ୍ଥାପିତ କେଜ୍‌ଗୁଡ଼ିକରେ ମାଛ ଚାଷ ସ୍ଥିତି ଅନୁଧ୍ୟାନ କରିବା ସହ ମାଛଚାଷୀ, ଉଦ୍ୟୋଗୀ ଏବଂ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। କ୍ଷେତ୍ରସ୍ତରୀୟ ମାଛଚାଷର ଅଗ୍ରଗତି ବିଷୟରେ ସନ୍ତୋଷ ପ୍ରକାଶ କରି ମହାପାତ୍ର କମନ୍‌ ଫେସିଲିଟି ସେଣ୍ଟର, ପରୀକ୍ଷାଗାର ଏବଂ ମାଛ ପହୁଞ୍ଚାଣ ନିମନ୍ତେ ଭାସମାନ ଜେଟ୍ଟି ଆଦି ଭିତ୍ତିଭୂମିକୁ ଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆବଦ୍ଧ ମାଛ ଚାଷ ବିକାଶ ନିମନ୍ତେ ସରକାର ଆବଶ୍ୟକ ଭିତ୍ତିଭୂମି ଓ ସହଯୋଗ ଯୋଗାଇଦେବେ। କମନ୍‌ ଫେସିଲିଟି ସେଣ୍ଟରରେ ଚାଷୀମାନେ କେଜରୁ ମାଛ ଧରି ବିପଣୀ ନିମନ୍ତେ ବର୍ଗୀକରଣ, ଓଜନ ଓ ପ୍ରସ୍ତୁତ କରିପାରିବେ। ଏଠାରେ ଚାଷୀଙ୍କ ପାଇଁ ପାଣି, ବିଦ୍ୟୁତ, ପରିଚ୍ଛନ୍ନତା ଓ ଶୌଚାଳୟ ଆଦିର ବ୍ୟବସ୍ଥା ରହିବ। ମାଛ ଚାଷୀମାନେ କେଜ୍‌ରେ ବଢ଼ୁଥିବା ମାଛଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରି ଗୁଣାତ୍ମକମାନର ଉତ୍ପାଦନ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେଇପାରିବେ। ଜଳଭଣ୍ଡାର ଉପରିଭାଗର ୧ ପ୍ରତିଶତ ଅଞ୍ଚଳରେ ଏହି କେଜ୍‌ କଲ୍ଚର ସୀମିତ ରଖିବା ଲାଗି ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ହୀରାକୁଦ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ଉପନିର୍ଦ୍ଦେଶକ ବିରଜା ପ୍ରକାଶ ଦ୍ୱିବେଦୀ ଜଣାଇଥିଲେ ଯେ, ଜାତୀୟ ନିୟମାବଳୀ ଦ୍ୱାରା ନିର୍ଦ୍ଧାରିତ ସୀମାଠାରୁ ବହୁ କମ୍‌ ଅଞ୍ଚଳରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୨ କେଜ୍‌ ମାଛଚାଷ ଜୋନ୍‌ ଏବଂ ୬୨୫ ସବ୍‌ ଜୋନ ଚିହ୍ନଟ କରାଯାଇଛି। ଏହା ମଧ୍ୟରୁ ୧୦୧ ସବ୍‌- ଜୋନକୁ ପୁଞ୍ଜିନିବେଶ ଆଗ୍ରହ ଭିତ୍ତିରେ ଚୟନ ହୋଇଥିବା ଉଦ୍ୟୋଗୀମାନଙ୍କୁ ଲିଜ୍‌ ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ସେମାନଙ୍କ ମଧ୍ୟରୁ ୭୧ଜଣ ଉଦ୍ୟୋଗୀ ବିଭାଗ ସହ ବୁଝାମଣାପତ୍ର ସ୍ବାକ୍ଷର କରି କ୍ଷେତ୍ରସ୍ତରୀୟ କାମ ଆରମ୍ଭ କରିଛନ୍ତି। ୩୦ ସବ୍‌-ଜୋନ୍‌ରେ କେଜ୍‌ ସ୍ଥାପନ କାର୍ଯ୍ୟ ସରିଛି। ତେବେ ଉଦ୍ୟୋଗୀଙ୍କୁ ନିୟମିତ ଯୋଗାଯୋଗ ଓ ବୈଷୟିକ ଜ୍ଞାନ କୌଶଳ ସମ୍ପ୍ରସାରଣ ମାଧ୍ୟମରେ ଉତ୍ସାହିତ କରି ଆସନ୍ତା ୬ ମାସରେ ଅବଶିଷ୍ଟ ସବ୍‌-ଜୋନ୍‌ରେ କେଜ୍‌ ସ୍ଥାପନ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ସମ୍ବଲପୁର ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ହୀରାକୁଦ ଜଳଭଣ୍ଡାର ଉପରିଭାଗରେ ୧,୮୭୫ଟି ଗୋଲାକାର କେଜ୍‌ କିମ୍ବା ୧୫୦୦୦ ଆୟତଘନାକାର କେଜ୍‌ ପ୍ରତିଷ୍ଠା କରାଯାଇପାରିବ। ଏସବୁରୁ ଥରକେ ପ୍ରାୟ ୪୫ ହଜାର ଟନ୍‌ରୁ ଅଧିକ ମଧୁର ପାଣି ମାଛ ଅମଳ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?