ମାଛ ବ୍ୟବସାୟୀଙ୍କୁ ଚାପିଦେଲା ମାଛ ବୋଝେଇ କଣ୍ଟେନର, ୬ ଘଣ୍ଟା ମୃତଦେହ ରଖି

ଭୋଗରାଇ,୨୬ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଚନ୍ଦନେଶ୍ୱର- ଜଳେଶ୍ୱର ୫୭ ନଂ ରାଜ୍ୟ ରାଜପଥ କମର୍ଦ୍ଦା ବଜାର ନିକଟରେ ଗୁରୁବାର ସକାଳ ସାଢ଼େ ୮ଟାରେ ଏକ ମାଛ ବୋଝେଇ କଣ୍ଟେନର ଜଣେ ବାଇକ୍‌ ଆରୋହୀଙ୍କୁ ପଛପଟରୁ ଧକ୍କା ଦେବାରୁ ବାଇକ୍‌ ଆରୋହୀ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ଭୋଗରାଇ ବ୍ଲକ ପଥରେଶ୍ୱର ଗ୍ରାମର ସୁଧାକର ନାୟକ ଓରଫ ବାବୁ( ୫୨)। ବାଇକ୍‌ ଆରୋହୀ ମଧ୍ୟ ଜଣେ ମାଛ ବ୍ୟବସାୟୀ ଥିଲେ। ସେ ବାଇକ୍‌ ଯୋଗେ କମର୍ଦ୍ଦା ଯାଉଥିଲେ। ଦୁର୍ଘଟଣା ଘଟାଇ ମାଛ ଗାଡ଼ିଟି ଦ୍ରୁତଗତିରେ ପଳାଇ ଯାଉଥିବାବେଳେ ଡେମୁରିଆ ନିକଟରେ ଗାଡ଼ିଟିକୁ ପୋଲିସ ଅଟକାଇ ଥିଲା। ସ୍ଥାନୀୟ ଲୋକେ ମୃତଦେହ ରଖି ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୃତ ବ୍ୟକ୍ତିଙ୍କ କ୍ଷତିପୂରଣ ଦାବି କରି ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତା ଅବରୋଧ କରି ନାରାବାଜି ପ୍ରଦର୍ଶନ କରିଥିଲେ। ରାସ୍ତା ଅବରୋଧ ଯୋଗୁ ମୁଖ୍ୟରାସ୍ତାର ଉଭୟପଟୁ ଚାରିଚକିଆ ଯାନ ବନ୍ଦ ରହିଥିବାବେଳେ ଦୂରଦୂରାନ୍ତକୁ ଯାଉଥିବା ଯାତ୍ରୀମାନେ ଦୀର୍ଘ ୬ ଘଣ୍ଟା ଅଟକ ରହି ହନ୍ତସନ୍ତ ହୋଇଥିଲେ। ସ୍ଥିତି ଜଟିଳ ହେବାରୁ ଜଳେଶ୍ୱର ଏସ୍‌ଡିପିଓ ଓ ମାନସ କୁମାର ଦେଓ ସହ କମର୍ଦ୍ଦା ପୋଲିସ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧକାରୀଙ୍କୁ ବୁଝାସୁଝା କରିଥିବାବେଳେ ମୃତବ୍ୟକ୍ତିଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଗାଡ଼ିମାଲିକ ପୋଲିସ ଉପସ୍ଥିତିରେ ଦେବାରୁ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ମୃତ ବାଇକ୍‌ ଆରୋହୀଙ୍କୁ ଭୋଗରାଇ ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଯାଇ ପରିବାରକୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାରେ ମାଛ ଗାଡ଼ିକୁ କମର୍ଦ୍ଦା ଥାନାକୁ ଟଣା କରାଯାଇ ଗାଡ଼ିଚାଳକଙ୍କ ବିରୋଧରେ ୧୦୨/ ୨୫ରେ ମାମଲା ରୁଜୁକରି ପୋଲିସ ପ୍ରାଥମିକ ତଦନ୍ତ ଜାରି ରଖିଥିବାବେଳେ ଗାଡ଼ିଚାଳକ ଅଟକ ଥିବାର ସୂଚନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri