ମାଛ ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ; ଜେଲ ଗଲେ ଜଣେ ଅଭିଯୁକ୍ତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡ – ପୁଞ୍ଜିକଂୟା ଛକ ମୁଖ୍ୟ ରାସ୍ତାକଡ଼ରେ ଥିବା ମାଛ ଦୋକାନରେ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧ ଟାରେ କିଛି ଅସାମାଜିକ ଯୁବକ ପହଞ୍ଚି ମାଛ ବ୍ୟବସାୟୀ ଗଣେଶ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଘଟଣାରେ ଦିଗପହଣ୍ଡି ଥାନା ଏଏସ୍‌ଆଇ ଦିଲୀପ କୁମାର ଗୋରଡ଼ା ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଦିଗପହଣ୍ଡି ସାହାଣୀ ସାହିର ସୁରେଶ ଓରଫ ସୁରଜ ଦାସ। ଥାନା ମାମଲା ନଂ.୪୦୮/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।ଘଟଣାଦିନ ତିଳେଶ୍ୱର ଗ୍ରାମର ଏସ.ଜଗନ୍ନାଥ ଦୋରା ମାଛ ଦୋକାନ ପାଖରେ ଠିଆ ହୋଇଥିବା ବେଳେ ଅଭିଯୁକ୍ତ ଏବଂ ତାଙ୍କ କିଛି ସହଯୋଗୀ ତାଙ୍କୁ ୧ ହଜାର ଟଙ୍କା ଦାଦା ବଟି ମାଗିଥିଲେ।ସେ ମନା କରିବାରୁ ତାଙ୍କୁ ସେମାନେ ମାଡ଼ ମାରିଥିଲେ। ମାଛ ବ୍ୟବସାୟୀ ପ୍ରତିବାଦ କରିବାରୁ ସେମାନେ ପଳାଇଥିଲେ।କିଛି ସମୟ ପରେ ସୁରେଶ ଓ ପ୍ରାୟ ୧୦ ରୁ ଉଦ୍ଧର୍‌ବ ଯୁବକ ସେଠାରେ ପହଞ୍ଚି ମାଛ ବ୍ୟବସାୟୀ ଙ୍କ ସମେତ ସେଠାରେ ଥିବା ଆଦି ପାଣିଗ୍ରାହୀ,ଜଗନ୍ନାଥ ଦୋରା ଙ୍କୁ ବିଭିନ୍ନ ମାରଣାସ୍ତ୍ର ଦାରା ଘାତକ ଆକ୍ରମଣ କରି ଚମ୍ପଟ ମାରିଥିଲେ। ଏନେଇ ଗଣେଶ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତ ମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?