Posted inଜାତୀୟ

ସରକାରଙ୍କ ୫ ସଂଶୋଧନ ପ୍ରସ୍ତାବ: ଆଇନ ହଟାଇବାକୁ ଜିଦ୍‌ରେ ଅଟଳ ରହିଲେ ଅନ୍ନଦାତା

ନୂଆଦିଲ୍ଲୀ,୯।୧୨: କୃଷି ଆଇନକୁ ନେଇ ଦେଶବ୍ୟାପି ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ୫ ସଂଶୋଧନ ପ୍ରସ୍ତାବ ସମ୍ପର୍କିତ ଚିଠି ଚାଷୀ ସଂଗଠନଗୁଡ଼ିକୁ ବୁଧବାର ପଠାଯାଇଛି। ତେବେ ଅନ୍ନଦାତା ଏହାକୁ ଗ୍ରହଣ କରିବାକୁ ମନା କରିବା ସହିତ ଆଇନ ହଟାଇବା ଜିଦ୍‌ରେ ଅଟଳ ରହିଛନ୍ତି। ଫଳରେ ବୁଧବାର ହେବାକୁ ଥିବା ଆଲୋଚନାକୁ ବାତିଲ କରାଯାଇଛି। ସରକାରଙ୍କ ପକ୍ଷରୁ ସର୍ବନିମ୍ନ ସହାୟକ ମୂଲ୍ୟ ଗ୍ୟାରେଣ୍ଟି ଲାଗି ଆଶ୍ୱାସନା ଦିଆଯାଇଛି। ସେହିପରି କୃଷି ଉତ୍ପାଦ ମାର୍କେଟ କମିଟିକୁ ସୁଦୃଢ଼ କରିବା, ନିଜ ମଣ୍ଡିରେ ପଞ୍ଜିକରଣ ଅନିବାର୍ଯ୍ୟ, ଘରୋଇ କମ୍ପାନୀଗୁଡ଼ିକ ଉପରେ ଟିକସ ଏବଂ ଚାଷୀ ସଂଗଠନକୁ କୋର୍ଟକୁ ଯିବାର ଅଧିକାର ଦେବାକୁ ଆଶ୍ୱାସନା ଦିଆଯାଇଛି। ଗତ ୬୦ ବର୍ଷ ଧରି ଦେଶରେ ସର୍ବନିମ୍ନ ସହାୟକ ମୂଲ୍ୟ ଜାରି ରହିଛି ଏବଂ ଆଗକୁ ମଧ୍ୟ ଜାରି ରଖାଯିବ ବୋଲି ଚିଠିରେ ସରକାର ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି। ମାତ୍ର ଅନ୍ନଦାତା ଏହାକୁ ଗ୍ରହଣ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri