୧୦ ଲକ୍ଷ ଟଙ୍କାର ତାର ଚୋରି କରି ୫ ବନ୍ଧାହେଲେ, ସୂଚନା ଦେଇ ଏସ୍‌ପି କହିଲେ…

କେସିଙ୍ଗା,୨୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବେଦାନ୍ତ ପମ୍ପ୍‌ ହାଉସ୍‌ରୁ ଗତ ୧୫ ତାରିଖରେ ତମ୍ବାତାର ଚୋରି ହୋଇଥିଲା। ଏ ନେଇ ବେଦାନ୍ତର ସାଇଟ୍‌ ଇନ୍‌ଚାର୍ଜ ଯଶୋବନ୍ତ ନନ୍ଦ କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତ୍ତିକରି କେସିଙ୍ଗା ପୋଲିସ ଏକ ଟିମ୍‌ ଗଠନ କରି ତଦନ୍ତ ଆରମ୍ଭ କରିଥିଲା। ମଙ୍ଗଳବାର ଅପରାହ୍ନରେ ପୋଲିସ କୌଣସି ସୂତ୍ରରୁ ଖବର ପାଇ ଆମଠ ଚକ ନିକଟରେ ଛକି ବସିଥିଲା। ଅଭିଯୁକ୍ତମାନଙ୍କୁ ଗିରଫ କରି ଥାନାକୁ ନେଇଥିଲା।

କଳାହାଣ୍ଡି ଏସ୍‌ପି ନାଗରାଜ ଦେବରକୁଣ୍ଡା ଏକ ଖବରଦାତା ସମ୍ମିଳନୀ କରି ଏହି ସବୁ ତଥ୍ୟ ପ୍ରଦାନ କରିଥିଲେ। ଏମାନେ ହେଲେ ଛତିଶଗଡ଼ର ମହାସମୁନ୍ଦ ଜିଲା ବାସ୍ନା ଗ୍ରାମର ଓ୍ବାର୍ଡ ନ ୨ଜିଡ୍ଡୀ(୨୭), ମହାସମୁନ୍ଦର ଓ୍ବାର୍ଡ ନ.୪ର ପକ୍ଲୁ ଦେବାର(Dewar) (୨୩), ବାଗ ବାହାର ଥାନା ଅଧିନସ୍ଥ ରାବଣ ଭଟା ଗ୍ରାମର ଜୋହାନ(୪୦), କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନର ଦେବ ମାଝୀ(ଋଷି)(୨୫)ଙ୍କ ସହିତ ବଲାଙ୍ଗିରର ସୁଦପଡ଼ାର ତମ୍ବାତାର କିଣୁଥିବା ଯୁବକ ମହମ୍ମଦ ଜିଲାନୀ(୩୪)ଙ୍କୁ କେସିଙ୍ଗା ପୋଲିସ ଅମାଠଛକରେ କାବୁ କରି ଗିରଫ କରିଥିଲା। ଏହି ଚୋରମାନେ କେସିଙ୍ଗାରୁ ବଲାଙ୍ଗୀରକୁ ବିକ୍ରି କରିବା ପାଇଁ ଏକ ଟାଟାଏସିରେ ୪କ୍ୱିଣ୍ଟାଲ ୮୦କେଜି ମୂଲ୍ୟବାନ ତମ୍ବାତାର ଭର୍ତ୍ତି କରି ଚୋରାରେ ନେଉଥିବାବେଳେ କେସିଙ୍ଗା ପୋଲିସ ଅମାଠ ଛକ ନିକଟରେ କାବୁ କରିଥିଲା। ଯାହାର ମୂଲ୍ୟ ୧୦ ଲକ୍ଷ ଟଙ୍କାର ବୋଲି ପୋଲିସ ସୂଚନା ଦେଇଛି। ଏଥିସହ ନଗଦ ୨ ଲକ୍ଷ ୫୦ହଜାର ଟଙ୍କା ସିଜ୍‌ କରିଥିବା କଳାହାଣ୍ଡି ଏସ୍‌ପି ସୂଚନା ଦେଇଛନ୍ତି।

ଏହି ଖବରଦାତା ସମ୍ମିଳନୀରେ କଳାହାଣ୍ଡି ଏସ୍‌ପି ନାଗରାଜ ଦେବରକୁଣ୍ଡା, ଏସ୍‌ଡିପିଓ, ସନ୍ଧିପ ମାଝୀ, ଆଇଆଇସି ଜିତେନ୍ଦ୍ର ବିଶ୍ବାଳ ପ୍ରମୁଖ ଉପସ୍ଥିତ ଥିଲେ। କେସିଙ୍ଗା ଥାନା କେସ୍‌ ନଂ ୧୪୨/୨୬ରେ କେସ୍‌ ରୁଜୁ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକନ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri