ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ମିଳିଥିବା ସୂଚନା ମୁତାବକ, ବିଦ୍ୟୁତ୍ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା। ସେତିକିବେଳେ ଉଦୟ ଚରଣ ଜାନୀଙ୍କ ୩ଟି ମଇଁଷି ଏବଂ ଅଙ୍ଗଦ ଜାନୀଙ୍କ ୨ଟି ମଇଁଷି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା।
ଗ୍ରାମବାସୀ ଏହି ଅଘଟଣ ପାଇଁ ବିଦ୍ୟୁତ୍ ବିଭାଗର ଅବହେଳାକୁ ଦାୟୀ କରିବା ସହିତ ମାଲିକମାନଙ୍କୁ ତୁରନ୍ତ କ୍ଷତିପୂରଣ ଯୋଗାଇ ଦେବା ପାଇଁ ଦାବି କରିଛନ୍ତି। ଏନେଇ ବିଦ୍ୟୁତ୍ ବିଭାଗୀୟ ଯନ୍ତ୍ରୀ ବିଚିତ୍ରା ବିଷୋୟୀଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରି କ୍ଷତିପୂରଣ ପ୍ରଦାନ କରିବାକୁ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।

