ମନ୍ତ୍ରୀଙ୍କ ରୋଷେୟା ମୃତ୍ୟୁର ୫ଦିନ ପରେ ଥାନାରେ ଅଭିଯୋଗ

ଝାରସୁଗୁଡ଼ା ଅଫିସ,୨୨ା୪: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁର ୫ଦିନ ପରେ ବାପା ବେଲାର୍ସନ ସାହୁ ଓ ବଡଭାଇ ବିରଞ୍ଚତ୍ ସାହୁ ଝାରସୁଗୁଡା ଟାଉନ ଥାନାରେ ପହଞ୍ଚତ୍ ଲିଖିତ ଅଭିଯୋଗ କରିଛନ୍ତି।

ବେଲାର୍ସନ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି, ଲଳିତ କର୍ମସଂସ୍ଥାନ ନ ପାଇ ବେକାର ହୋଇ ଘରେ ରହିଥିଲେ। ଚାକିରି ଅନ୍ବେଷଣରେ ଆସି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଘରେ ରୋଷେୟା ଭାବେ କାମ କରୁଥିଲେ। ସେ କୌଣସି କାରଣରୁ ମାନସିକ ଚାପରେ ରହୁଥିବା ବେଳେ ଗତ ରବିବାର ରାତିରେ ଆତ୍ମହତ୍ୟା କରିଥିଲେ। ଖବରପାଇ ବଡପୁଅ ବିରଞ୍ଚତ୍ ଝାରସୁଗୁଡାରେ ପହଞ୍ଚତ୍ ଭାଇଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପୋଲିସ ଓ ଜିଲା ପ୍ରଶାସନକୁ ଅନୁରୋଧ କରିଥିଲେ। ନିୟମ ଅନୁଯାୟୀ ମୃତଦେହ ବ୍ୟବଚ୍ଛେଦ ହେବା ପରେ ସତ୍କାର ପାଇଁ ନିଜ ଗ୍ରାମ ଢେଙ୍କାନାଳ ଜିଲା ନୂଆପଡା ନିଆଯାଇଥିଲା। ସେଠାରେ ଆତ୍ମୀୟଙ୍କ ଗହଣରେ ମୃତଦେହ ସତ୍କାର କରାଯାଇଥିଲା। ଭାଜପା ନେତୃବୃନ୍ଦ ରାଜନୈତିକ ଫାଇଦା ଉଠାଇବା ପାଇଁ ଏହାକୁ ହତ୍ୟାକାଣ୍ଡର ରୂପ ଦେଉଛନ୍ତି। ଏଥିରେ ଆମେ ପରିବାର ଲୋକେ ମାନସିକ ଚାପର ଶିକାର ହେଉଛୁ। ଭାଜପା ନେତାମାନେ ଅଯଥାରେ ସ୍ବାସ୍ଥ୍ୟମନ୍ତ୍ରୀ ଦାସଙ୍କ ବିରୋଧରେ ଆରୋପ ଆଣି ବଦନାମ କରୁଛନ୍ତି। ଭାଜପା ନେତୃବୃନ୍ଦ ଯଦି ଏଭଳି ଚାପ ସୃଷ୍ଟି କରିବେ ଆଗାମୀ ଦିନରେ ପରିବାରର କେହି ପୁଣି ଆମତ୍ହତ୍ୟା କଲେ ସେମାନେ ଦାୟୀ ରହିବେ ବୋଲି ଉଲ୍ଲେଖ କରିଛନ୍ତି। ଏ ନେଇ ପୋଲିସ ଝାରସୁଗୁଡ଼ା ଟାଉନ ଥାନାରେ ଏକ ଷ୍ଟେଶନ ଡାଏରି କରିଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri