ଚିଲିକାରୁ ୫ ଫୁଟର ମୃତ ଡଲଫିନ୍‌ ଜବତ

ବାଲୁଗଁା,୧୫।୬(ଡି.ଏନ୍‌.ଏ.): ଚିଲିକାରେ ‘ଇରାୱାଡ଼ି’ ପ୍ରଜାତିର ଡଲଫିନ୍‌ ଏବେ ଅସୁରକ୍ଷିତ। ଗତ କିଛି ବର୍ଷ ହେବ ବିଭିନ୍ନ କାରଣ ଯୋଗୁ ଏହି ଡଲଫିନଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଅଧୀନ ଚିଲିକାର କଳିଯୁଗେଶ୍ୱର ପାହାଡ଼ ନିକଟରୁ ମଙ୍ଗଳବାର ଏକ ୫ଫୁଟ ଲମ୍ବର ମୃତ ଡଲଫିନକୁ ଜବତ କରାଯାଇଛି ା ସୂଚନା ମୁତାବକ, ପହଲି ରଜ ପାଇଁ ସ୍ଥାନୀୟ ଲୋକେ ଏବଂ ପର୍ଯ୍ୟଟକ ଚିଲିକା ସଂଲଗ୍ନ ଉକ୍ତ କଳିଯୁଗେଶ୍ୱର ପାହାଡ଼କୁ ବୁଲିବା ପାଇଁ ଯାଇଥିଲେ। ମଧ୍ୟାହ୍ନରେ ଉକ୍ତ ପାହାଡ଼ ତଟ ଚିଲିକା ଜଳରେ ଏକ ଡଲଫିନ୍‌ ମରି ପଡ଼ିଥିବା ଦେଖିବାକୁ ପାଇଥିଲେ। ଖବରପାଇ ବାଲୁଗଁା ବନ୍ୟପ୍ରାଣୀ ବିଭାଗ କର୍ମଚାରୀ ପହଞ୍ଚତ୍ ଉକ୍ତ ମୃତ ଡଲଫିନକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ବିଭାଗୀୟ ଡିଏଫ୍‌ଓ କହିଛନ୍ତି। ସୂଚନାଥାଉ କି, ପୁରୀ ଜିଲା ସାତପଡ଼ା ଅଞ୍ଚଳକୁ ଡଲଫିନ୍‌ ଅଭୟାରଣ୍ୟଭାବେ ଚିହ୍ନଟ କରାଯାଇଛି। ବାଲୁଗଁା ଠାରୁ ନଳବଣ ଏବଂ କାଳିଜାଈ ମଧ୍ୟରେ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ଡଲଫିନ୍‌ ଜଳକ୍ରୀଡ଼ା କରୁଥିବା ବେଳେ ପର୍ଯ୍ୟଟକଙ୍କୁ ଏହା ମନୋରଞ୍ଜନ ଦେଇଥାଏ। ଏହି ଡଲଫିନଙ୍କ ସୁରକ୍ଷା ପାଇଁ ପଦକ୍ଷେପ ଗ୍ରହଣ କରାଯିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri