Posted inଜାତୀୟ

ଫାଶୀରେ ଲଟକିଲେ ୫ ପରିବାର ସଦସ୍ୟ

ପଟନା,୧୩।୩: ବିହାରର ସୁପୌଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାର ୫ ଜଣ ସଦସ୍ୟ ଫାଶୀରେ ଲଟକି ଆତ୍ମହତ୍ୟା କରିଛନ୍ତି। ସ୍ତ୍ରୀ-ସ୍ବାମୀ ଏବଂ ୩ ସନ୍ତାନ ଘରେ ପାଶୀ ଦେଇ ଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ରାଧେପୁର ଥାନା ଅଞ୍ଚଳର ଗଦ୍ଦି ଗାଁରେ ମିଶ୍ରି ଲାଲ ସାହଙ୍କ ଘର ଗତ ୪-୫ ଦିନ ହେବ ବନ୍ଦ ରହିଥିଲା। ପରେ ଶୁକ୍ରବାର ରାତିରେ ଘର ଭିତରୁ ପ୍ରବଳ ଦୁର୍ଗନ୍ଧ ହେବାରୁ ଗାଁ ଲୋକେ ଝରକା ଭାଙ୍ଗି ପରିବାର ସଦସ୍ୟମାନେ ଝୁଲି ରହିଥିବା ଦେଖିବାକୁ ପାଇଥିଲେ। ଏହା ପରେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଟିମ୍‌ ପହଞ୍ଚି କବାଟ ଭାଙ୍ଗି ମିଶ୍ରି ଲାଲ ସାହ ଏବଂ ତାଙ୍କ ସ୍ତ୍ରୀ ରେଣୁ ଦେବୀ, ୨ ନାବାଳିକା ଝିଅ ଏବଂ ନାବାଳକ ପୁଅଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ପରିବାର ସଦସ୍ୟମାନେ କାହିଁକି ଆତ୍ମହତ୍ୟା କରିଛନ୍ତି ଅଥବା ସେମାନଙ୍କୁ ହତ୍ୟା କରାଯିବା ପରେ ଫାଶୀରେ ଲଟକାଇ ଦିଆଯାଇଛି ତାହାର ତଦନ୍ତ ଜାରି ରହିଥିବା ଏସ୍‌ପି ମନୋଜ କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri