ରାତି ଉଜାଗର ରହିବେ ପଞ୍ଚ ଦେବତା

ଚଣ୍ଡିଖୋଲ,୮ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହା ଶିବରାତ୍ରି ଜାଗର ଅବସରରେ ଯାଜପୁର ଜିଲାର ପ୍ରସିଦ୍ଧ ଶୈବ ପୀଠ ମହାବିନାୟକ ମନ୍ଦିରରେ ନିଆରା ପରମ୍ପରା ଦେଖିବାକୁ ମିଳିଥାଏ। ପ୍ରସିଦ୍ଧ ଶୈବ ପୀଠ ହେଇଥିଲେ ମଧ୍ୟ ପୁତ୍ର ମହାବିନାୟକଙ୍କ ନାମରେ ନାମିତ ମନ୍ଦିରରେ ପଞ୍ଚ ଦେବତା ଗଣେଶ, ବିଷ୍ଣୁ, ଦୁର୍ଗା, ସୂର୍ଯ୍ୟଦେବ ଓ ମହାଦେବ ପୂଜା ପାଇଥାନ୍ତି। ମହାଶିବରାତ୍ରିରେ ରାତ୍ରିର ତୃତୀୟ ପ୍ରହରରେ ପ୍ରଭୁ ଚନ୍ଦ୍ରଶେଖର ୩ ଥର ବେଢ଼ା ପରିକ୍ରମା କରିବା ପରେ ମହାଦୀପ ଉଠିଥାଏ। ଭକ୍ତମାନେ ମହାଦୀପ ଉଠିବାକୁ ଚାତକ ପରି ଚାହିଁ ରହି ଥାଆନ୍ତି। ଏଠାରେ ଗୋଟିଏ ମନ୍ତ୍ରରେ ପଞ୍ଚ ଦେବତାଙ୍କୁ ପୂଜା କରାଯାଏ ଏବଂ ସମସ୍ତେ ରାତି ସାରା ଉଜାଗର ରହିଥାନ୍ତି। ଆଉ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଥାଏ ଯାହା ହେଉଛି ମହାଶିବରାତ୍ରି ୨ ଦିନ ପୂର୍ବରୁ ନାରାୟଣଙ୍କ ଉଦ୍ଦେଶ୍ୟରେ ମହାଯଜ୍ଞ ଆୟୋଜନ ହୋଇଥାଏ। ମହାଶିବରାତ୍ରିର ୨ ଦିନ ପରେ ପୂର୍ଣ୍ଣାହୁତି ହୋଇଥାଏ। ଜାଗର ଦିନ ପ୍ରାତଃ ୪ଟାରୁ ମଙ୍ଗଳ ଆଳତି, ବଡ଼ସିଂହାର ବେଶ, ଧୂପ ଲାଗି ପରେ ନୀତି ଭୋଗ ଓ ବାଲ୍ୟ ଭୋଗ କରାଯାଇଥାଏ। ସାରୁ ୪ ପ୍ରହର ଭିନ୍ନ କ୍ରମେ ପୂଜା କରାଯା ଥାଏ। ପ୍ରତ୍ୟେକ ପ୍ରହରରେ ଲଡୁ ଓ ପଣା ପ୍ରଦାନ କରାଯାଇ ଘର୍ଷଣ କରାଯିବା ସହ ମହାସ୍ନାନ, ମଙ୍ଗଳା ଆଳତୀ ଓ ଧୂପ ଲାଗି କରାଯାଇଥାଏ। ଚଳିତ ବର୍ଷ ଶୁକ୍ରବାର ମହା ଶିବରାତ୍ରି ପାଳନ କରାଯାଉଥିବାରୁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଦିନତମାମ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ଜଣେ ଅତିରିକ୍ତ ଏସ୍‌ପିଙ୍କ ନେତୃତ୍ୱରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ସୂଚନା ମିଳିଛି। ମହାପ୍ରଭୁଙ୍କ କୃପାରୁ ଶାନ୍ତି ଶୃଙ୍ଖଳାର ସହ କାର୍ଯ୍ୟ ହୋଇଥାଏ ବୋଲି ମନ୍ଦିର ଟ୍ରଷ୍ଟି ଧନେଶ୍ୱର ସାମଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri