Posted inଖେଳ

ଏହି ସର୍ତ୍ତରେ ଅଭ୍ୟାସ କରିବେ ୫ ଭାରତୀୟ ଖେଳାଳି

ସିଡନୀ,୪।୧: ଭାରତୀୟ ଦଳର ୫ ଖେଳାଳି ନୂଆବର୍ଷରେ ବାହାର ରେଷ୍ଟୁରାଣ୍ଟରେ ଖାଇବାକୁ ନେଇ ବିବାଦ ଦେଖାଦେଇଛି। ରୋହିତ ଶର୍ମାଙ୍କ ସମେତ ୫ ଜଣ ଭାରତୀୟ ଖେଳାଳି ମେଲବୋର୍ନରୁ ସିଡନୀକୁ ସମଗ୍ର ଦଳ ଯାଇଛନ୍ତି କିନ୍ତୁ ସେମାନଙ୍କୁ ଦଳ ସହିତ ସ୍ବତନ୍ତ୍ର ଭାବେ ଅଭ୍ୟାସ କରିବା ସହ କଠୋର ନିୟମ ପାଳନ କରିବାକୁ ପଡିବ। କରୋନା ପ୍ରୋଟୋକଲର ଉଲ୍ଲଂଘନ ଅଭିଯୋଗରେ ଭାରତୀୟ ଉପ-ଅଧିନାୟକ ରୋହିତ ଶର୍ମା, ରିଷଭ ପନ୍ତ, ଶୁଭମାନ ଗିଲ, ପୃଥ୍ବୀ ଶ’ ଏବଂ ନବଦୀପ ସଇନିଙ୍କ ବିରୋଧରେ ତଦନ୍ତ ଚାଲିଛି। ଏହି ପାଞ୍ଚ ଖେଳାଳିଙ୍କୁ ଅଭ୍ୟାସ ଅଧିବେଶନରେ ମୌଳିକ ସାମାଜିକ ଦୂରତା ବଜାୟ ରଖିବାକୁ କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ କୁହାଯାଇଛି। ଆଇସୋଲେଶନରେ ରହି ସେ ଦଳ ସହ ଯେମିତି ନେଟ୍ସରେ ଅଭ୍ୟାସ କରିପାରିବେ ସେଥିପ୍ରତି ସେମାନେ ଧ୍ୟାନ ଦେବେ। ସତର୍କତା ସ୍ବରୂପ ଏହି ୫ ଖେଳାଳିଙ୍କୁ ସମଗ୍ର ଦଳକୁ ଭେଟିବାକୁ ବାରଣ କରାଯାଇଥିଲା। ଯାଞ୍ଚ ପାଇଁ କୌଣସି ସମୟ ସୀମା ଧାର୍ଯ୍ୟ କରାଯାଇ ନାହିଁ। ଯେତେବେଳେ ସେ ଅଭ୍ୟାସ ପାଇଁ ଯିବେ ସେଠାରେ ସେମାନେ ସାମାଜିକ ଦୂରତା ବଜାୟ ରଖିବେ। ଜଣେ ବୋଲର ୧୮ ୟାର୍ଡରୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ବୋଲିଂ କରିପାରିବେ। ଫିଲ୍ଡିଂ ସମୟରେ ମଧ୍ୟ ସେ ଦୂରତା ଅବଲମ୍ବନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri