Posted inଜାତୀୟ

୫ ଭାରତୀୟ ଯୁବକଙ୍କୁ ବନ୍ଧକ ରଖିଛି ଚାଇନା

ନୂଆଦିଲ୍ଲୀ, ୫।୯: ଚାଇନା ଭାରତ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଅରୁଣାଚଳ ପ୍ରଦେଶର ୫ ଯୁବକଙ୍କୁ ଚାଇନା ସୈନ୍ୟ ଉଠାଇନେଇଛନ୍ତି। ଏସମ୍ପର୍କରେ କଂଗ୍ରେସ ବିଧାୟକ ନନୋଙ୍ଗ୍‌ ଏରିଙ୍ଗ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍‌ କରି ଜଣାଇଛନ୍ତି। ରାଜ୍ୟର ସୀମାବର୍ତ୍ତୀ ଉପର ସୁବନସିିରି ଜିଲାରୁ ଯୁବକମାନଙ୍କୁ ଉଠାଇ ନିଆଯାଇଛି। ଏବେ ଚାଇନା ସୈନ୍ୟ ଯୁବକମାନଙ୍କୁ ବନ୍ଧକ ରଖିଥିବା ଏରିଙ୍ଗ୍‌ କହିଛନ୍ତି। ପୂର୍ବରୁ ମଧ୍ୟ ଏଭଳି ଘଟଣା ଘଟିଥିଲା। ତେବେ ଚାଇନାର ଏଭଳି କାର୍ଯ୍ୟର କଡ଼ା ଜବାବ ଦିଆଯିବା ଆବଶ୍ୟକ ବୋଲି ସେ ଦାବି କରିଛନ୍ତି। ଯୁବକମାନଙ୍କୁ ନଚାଓ ସୀମାରୁ ଅପହରଣ କରାଯାଇଛି। ଯୁବକମାନେ ହେଉଛନ୍ତି ତନୁ ବାକାର, ପ୍ରଶାତ ରିଙ୍ଗ୍‌ଲିଙ୍ଗ୍‌, ନଗାରୁଦିରି, ଡୋଙ୍ଗତୁ ଇବିୟା ଏବଂ ତୋଚ୍‌ ଇଙ୍ଗକାମ୍‌। ଯୁବକମାନେ ମାଛ ଧରୁଥିବାବେଳେ ସେମାନଙ୍କୁ ଅପହରଣ କରାଯାଇଥିବା କୁହାଯାଉଛି। ଏହି ଘଟଣା ସମ୍ପର୍କରେ ସ୍ଥାନୀୟ ଭାଜପା ଏମ୍‌ପି କିରେନ୍‌ ରିଜିଜୁ ମଧ୍ୟ ଅବଗତ ଥିବା ଏରିଙ୍ଗ୍‌ କହିଛନ୍ତି। ଲଦାଖ ଏବଂ ଡୋକଲାମ୍‌ ଭଳି ଅରୁଣାଚଳପ୍ରଦେଶରେ ମଧ୍ୟ ଚାଇନା ଉପଦ୍ରବ ଆରମ୍ଭ କରିଦେଇଥିବା ଏରିଙ୍ଗ୍‌ ସୂଚନା ଦେଇଛନ୍ତି। ଏଠାରେ ଚାଇନା ଅନୁପ୍ରବେଶ ଜାରି ରଖିଥିବା ସେ କହିଛନ୍ତି। ଚାଇନା ସୀମାରେ ଯୁବକମାନେ ପ୍ରବେଶ କରିଥିବା କୁହାଯାଉଛି। ଏଠାରେ ଭାରତ-ଚାଇନା ସୀମା ସମ୍ପର୍କିତ କୌଣସି ତଥ୍ୟ ନ ଥିବାରୁ ସ୍ଥାନୀୟ ବାସିନ୍ଦା ବହୁ ସମୟରେ ସମସ୍ୟାର ସମ୍ମୁଖୀନ ହେଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri