୫ ଲକ୍ଷ ଛାତ୍ରୀଛାତ୍ର ଦେବେ ଦଶମ ସମେଟିଭ୍‌-୧ ପରୀକ୍ଷା

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହେଉଛି ଦଶମ ଶ୍ରେଣୀ ସମେଟିଭ୍‌-୧ ପରୀକ୍ଷା। ୫ରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ ଏହି ପରୀକ୍ଷା ଚାଲିବ। ପ୍ରଥମ ୩ ଦିନ ୨ଟି ସିଟିଂ ଥିଓରି ପରୀକ୍ଷା ହେବ। ୮ ତାରିଖ ଦିନ କେବଳ ପ୍ରାକ୍ଟିକାଲ ପରୀକ୍ଷା କରାଯିବ। ପରୀକ୍ଷା ପାଇଁ ୩,୦୯୩ କେନ୍ଦ୍ର କରାଯାଇଥିବା ବେଳେ ୩୧୧ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚତ୍ସାରିଛି। ସେଥିମଧ୍ୟରୁ ୨୨ଟି ଥାନାରେ ପ୍ରଶ୍ନପତ୍ର ରଖାଯାଇଛି। ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ମାସ୍କ ପିନ୍ଧିବା ଓ କରୋନା ନିୟମ ମାନିବା ବାଧ୍ୟତାମୂଳକ କରାଯାଇଛି। ଏନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ସକାଳ ସାଢ଼େ ୮ଟାରେ ନୋଡାଲ ସେଣ୍ଟରରୁ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରଗୁଡ଼ିକରେ ପହଞ୍ଚତ୍ବ। କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ପରୀକ୍ଷା କେନ୍ଦ୍ରକୁ ସାନିଟାଇଜ କରାଯାଇଛି। ସାମାଜିକ ଦୂରତା ଓ ମାସ୍କ ପରିଧାନ ଉପରେ ଗରୁତ୍ୱ ଦିଆଯାଇଛି। ପ୍ରତିଟି ଶ୍ରେଣୀରେ ୨୪ ଜଣ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେବା ନେଇ ନିଷ୍ପତ୍ତି ହୋଇଛି। ସେହିପରି ପରୀକ୍ଷା କେନ୍ଦ୍ରଗୁଡ଼ିକୁ ମୋବାଇଲ ନେବାକୁ ମନା କରାଯାଇଛି। ପରୀକ୍ଷା କେନ୍ଦ୍ରର ଅଧୀକ୍ଷକମାନେ ମଧ୍ୟ ପରୀକ୍ଷା ହଲକୁ ଯିବା ପୂର୍ବରୁ ନିଜ ମୋବାଇଲକୁ ଲକରରେ ରଖି ଯିବା ନେଇ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟ ସରକାର ସିବିଏସ୍‌ଇ ଢାଞ୍ଚାରେ ପରୀକ୍ଷା କରିବାକୁ ଯାଉଛନ୍ତି। କରୋନାକୁ ଦୃଷ୍ଟିରେ ରଖି ଏଭଳି ପରୀକ୍ଷା କରାଯାଉଛି। ବର୍ଷକୁ ଦୁଇଟି ସମେଟିଭ୍‌ ପରୀକ୍ଷା ହେବ। ଯଦି ଆଗକୁ କୌଣସି କାରଣରୁ ବୋର୍ଡ ପରୀକ୍ଷା ନ ହୁଏ, ତେବେ ଏହି ସମେଟିଭ୍‌-୧ ପରୀକ୍ଷା ଫଳକୁ ମଧ୍ୟ ବିଚାରକୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?