ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୫ ମାଓବାଦୀ

ଭବାନୀପାଟଣା,୯ା୯(ଡି.ଏନ୍‌.ଏ.)-ପୁଣି ସୀମାନ୍ତରେ ଫୁଟିଛି ଗୁଳି। କଳାହାଣ୍ଡି-କନ୍ଧମାଳ ସୀମାନ୍ତ ରାମପୁର ଥାନା ସିର୍କି ଜଙ୍ଗଲରେ ବୁଧବାର ସୁରକ୍ଷା କର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି ୫ ମାଓବାଦୀ। କଳାହାଣ୍ଡି ପୋଲିସ, ଡିଭିଏଫ୍‌ ଏବଂ ଏସଓଜିର ମିଳିତ ଅପରେଶନବେଳେ ଏହି ସଫଳତା ମିଳିଛି। ଏହାପରେ ସିର୍କି ଜଙ୍ଗଲରେ କମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି। ସେଠାକୁ ଅଧିକ ଫୋର୍ସ ପଠାଯାଇଛି। ମୃତ ମାଓବାଦୀଙ୍କ ମଧ୍ୟରେ ୩ ମହିଳା ଓ ୨ ପୁରୁଷ ଥିବା କଳାହାଣ୍ଡି ଏସ୍‌ପି ବାତୁଲା ଗଙ୍ଗାଧର ସୂଚନା ଦେଇଛନ୍ତି। ଘଟଣାସ୍ଥଳରୁ ୨ଏସ୍‌ଏଲ୍‌ଆର୍‌ ବନ୍ଧୁକ ଓ ୩ଟି ଦେଶୀ ବନ୍ଧୁକ ସମେତ ବିପୁଳ ମାଓସାମଗ୍ରୀ ଜବତ ହୋଇଛି।
ପୂର୍ବାହ୍ନ ୧୧ଟା ବେଳେ ମାଓବାଦୀ ଗତିବିଧି ନେଇ ସୂଚନା ଆଧାରରେ କଳାହାଣ୍ଡି-କନ୍ଧମାଳ ପୋଲିସ ସହାୟତାରେ ଅପରେଶନ ଆରମ୍ଭ ହୋଇଥିଲା। ଉଭୟ ପଟୁ ଗୁଳିବିନିମୟ ବେଳେ ୫ ମାଓବାଦୀ ନିହତ ହୋଇଥିଲେ। ଅପରେଶନ୍‌କୁ ଜୋରଦାର କରିବା ପାଇଁ ସେଠାକୁ ଅଧିକ ଏସ୍‌ଓଜି, ଡିଭିଏସ୍‌ ଓ ସିଆର୍‌ପିଏଫ୍‌ ଜବାନଙ୍କୁ ପଠାଯାଇଛି। ଖବର ଲେଖା ହେବା ବେଳକୁ ଅପରେଶନ୍‌ ଜାରି ରହିଥିଲା। ନିହତମାନେ ମାଓବାଦୀ ସଂଗଠନ ସିପିଆଇ ମାଓବାଦୀ କେକେବିଏନ୍‌ (କଳାହାଣ୍ଡି-କନ୍ଧମାଳ-ବଉଦ୍‌-ନୟାଗଡ଼) ଡିଭିଜନର ବୋଲି ସୂଚନା ମିଳିଛି।
ଏହାପୂର୍ବରୁ କଳାହାଣ୍ଡି ଜିଲାର ମଦନପୁର ରାମପୁର, ବୁଲାମୁଣ୍ଡା, ଥାଆମୁଲରାମପୁର, କୋକସରା ବ୍ଲକ ଏବଂ ଭବାନୀପାଟଣା ବ୍ଲକର ଜୁକସେପାଟଣାର ବିଭିନ୍ନ ଆଭ୍ୟନ୍ତରିଣ ଜଙ୍ଗଲ ଅଞ୍ଚଳରେ ପୋଲିସ, ଏସଓଜି ଏବଂ ଡିଭିଏଫ୍‌ ଯବାନମାନେ କମ୍ବିଂ ଅପରେଶନ କରିଥିଲେ। ଏଥିରେ କେତେକ ମାଓବାଦୀ ମୃତ୍ୟୁବରଣ କରିଥିବାବେଳେ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri