ଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗ

ତୁମୁଡିବନ୍ଧ,୨୦।୪(ଦୀପକ କୁମାର ପରାସେଠ)-କନ୍ଧମାଳ ଜଲା ତୁମୁଡିବନ୍ଧ ପୋଲିସ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ବନ୍ଧୁକ, ଏକ କଟରା ,କାତି, ୧ ଲକ୍ଷ ଟଙ୍କା,୫ ମୋବାଇଲ ସହିତ ଏକ XUV-5୦୦ ଗାଡ଼ି ଜବତ ହୋଇଛି। ଏ ନେଇ ରବିବାର ସନ୍ଧ୍ୟାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବାଲିଗୁଡ଼ା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ ସୂଚନା ଦେଇଛନ୍ତି ।

ସୁନ୍ଦରଗଡ଼ ଜିଲାର ଲାଠିକଟା ଥାନାର ଠିକାଦାର ବିଜୟ କୁମାର ମିଶ୍ର ଓ ତାଙ୍କ ଡ୍ରାଇଭର ନିଜର କାରରେ ଗତ ଶନିବାର ବିଳମ୍ବିତ ରାତ୍ରିରେ ବାଲିଗୁଡ଼ାରୁ ଭବାନୀପାଟଣାକୁ ଯାଉଥିବା ବେଳେ ତାଙ୍କୁ ବାଲିଗୁଡ଼ାରୁ ଗାଡ଼ିରେ ଉକ୍ତ ୫ ଡକାୟତ ପିଛା କରିଥିଲେ । ଜଲେଶପଟ୍ଟା ରାଉଳ ନଦୀ ପୋଲ ଉପରେ ସେମାନେ ଠିକାଦାରଙ୍କ ଗାଡିକୁ ଅଟକାଇ ମୁଣ୍ଡରେ ବନ୍ଧୁକ ରଖି ଗାଡ଼ି, ଆଇଫୋନ ଏବଂ ୧ ଲକ୍ଷ ଟଙ୍କା ଲୁଟିନେଇଥିଲେ। ଏପରିକି ସେମାନେ ଉଭୟ ଠିକାଦାର ଓ ଡ୍ରାଇଭରଙ୍କୁ ନିର୍ଧୂମ ମାଡ଼ ମାରି ପଳାଇବାକୁ ଚେଷ୍ଟା କରିଥିଲେ। ହେଲେ ତୁମୁଡିବନ୍ଧ ଥାନା ଅଧିକାରୀ ଆଶୁତୋଷ ଜେନାଙ୍କ ନେତୃତ୍ୱରେ ରାତ୍ରିକାଳୀନ ପାଟ୍ରୋଲିଂ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ସଶସ୍ତ୍ର ଡକାୟତ ଦଳକୁ କାବୁ କରିଥିଲା। ଗିରଫ ଡକାୟତମାନେ ହେଲେ ସାରଙ୍ଗଗଡ ଥାନା ଗାନ୍ଦ୍ରି ଗାଁ ଗ୍ରାମର ରଞ୍ଜନ ପ୍ରଧାନ(୨୫),ବାଲିଗୁଡ଼ା ଥାନା ନୂଆ ସାହି ଗ୍ରାମର ସୁଧାଂଶୁ ବାଗ(୨୩), ପ୍ରତୀକ ହଂସ(୨୨), ସଂଗ୍ରାମ ପାତ୍ର(୨୧) ଓ ବାଲିଗୁଡ଼ା ଥାନା ତଗା କିଆ(ବାରଖମା)ଗୌର ଗଉଡ଼(୨୦)। ଏହି ୫ ଜଣିଆ ସଶସ୍ତ୍ର ଡକାୟତଙ୍କ ନାମରେ ୪୯/୨୦୨୫ରେ ମାମଲା ରୁଜୁ କରି ତଦନ୍ତ ଚାଲିଛି ବୋଲି ବାଲିଗୁଡ଼ା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri