ଡକାୟତି ଯୋଜନା ପଣ୍ଡ, ୫ ଗିରଫ

ଢେଙ୍କାନାଳ ଅଫିସ, ୨୫।୨: ଡକାୟତି କରିବା ପାଇଁ ଯୋଜନା କରୁଥିବାବେଳେ ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ ହାତରେ ଧରାପଡ଼ିଛି ଏକ ୫ଜ ଣିଆ ଗ୍ୟାଙ୍ଗ୍‌। ସେମାନେ ହେଲେ କାମାକ୍ଷାନଗର ଥାନା ଗୋରାଡ଼ିଆ ଗ୍ରାମର ରଜନ୍ତୀକାନ୍ତ ମଲ୍ଲିକ (୩୦), ବାଦଲ ମଲ୍ଲିକ ଓରଫ ବାଇନ (୨୪), ନୀଳକଣ୍ଠ ମଲ୍ଲିକ ଓରଫ କାଳିଆ (୩୫), ସୁଶାନ୍ତ ମଲ୍ଲିକ ଓରଫ ଗୁରୁ (୩୪) ଏବଂ ଅଜିତ ମଲ୍ଲିକ (୩୧)। ସେମାନଙ୍କଠାରୁ ୨ଟି ବାଇକ୍‌, ୪ ମୋବାଇଲ, ୨ ଛୁରି, ଗୋଟିଏ ପିସ୍ତଲ, ୨ ଅଫୁଟା ଗୁଳି, ବୋମା ତିଆରି ସରଞ୍ଜାମ ଆଦି ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ଏକାଧିକ ଡକାୟତି ମାମଲାରେ ସାମିଲ ଥିବା ଶୁକ୍ରବାର କାମାକ୍ଷାନଗର ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ରଞ୍ଜନ କୁମାର ଦେ ସୂଚନା ଦେଇଛନ୍ତି।
ଜିରାଳ ନିକଟ ବ୍ରାହ୍ମଣୀ ନଦୀ ଉପରେ ଚାଲିଥିବା ସେତୁ ନିର୍ମାଣ ଦାୟିତ୍ୱ ନେଇଥିବା ଠିକାସଂସ୍ଥା ଏସ୍‌ପି ସିଙ୍ଗ୍‌ଲା କନଷ୍ଟ୍ରକ୍‌ଶନ କ୍ୟାମ୍ପରୁ ଡକାୟତି କରିବା ପାଇଁ ଅଭିଯୁକ୍ତମାନେ ଜିରାଳ କଲେଜ ନିକଟ କାଜୁ ବଗିଚା ପଡ଼ିଆରେ ଗୁରୁବାର ଯୋଜନା କରୁଥିବା ଗୋଇନ୍ଦା ସୂଚନା ମିଳିଥିଲା। ଏହାପରେ ପୋଲିସ ଚଢ଼ାଉ କରି ସମ୍ପୃକ୍ତ ୫ଜଣ ଧରିଥିଲା। ଏ ନେଇ ଥାନାରେ ନଂ. ୬୪/୨୩ରେ ଏକ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତମାନେ କାମାକ୍ଷାନଗର ଥାନା ଅଞ୍ଚଳରେ ପୂର୍ବରୁ ଘଟିଥିବା ଏକାଧିକ ଡକାୟତି ମାମଲାରେ ସାମିଲ ଅଛନ୍ତି। ସେମାନେ ସମ୍ପୃକ୍ତ ଠିକାସଂସ୍ଥା କର୍ତ୍ତୃପକ୍ଷଙ୍କୁ ଭୟଭୀତ କରାଇ ଦାଦାବଟି ମାଗୁଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି। ଚଢ଼ାଉରେ ଥାନା ଅଧିକାରୀ ଶରତ ଚନ୍ଦ୍ର ମହାଳିକ, ଏସ୍‌ଆଇ ସ୍ବର୍ଣ୍ଣଲତା ସାହୁ, ଏଏସ୍‌ଆଇ ଜିତେନ୍ଦ୍ର ପ୍ରଧାନ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri