୫ ମାସ ପରେ ବି ପାଞ୍ଚ ଅନ୍ତେବାସୀଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସ(ବାଳକ)ରୁ ୬ ଜଣ ଅନ୍ତେବାସୀ ଚମ୍ପଟ ଘଟଣାର ୫ ମାସ ବିତିଯାଇଛି। ଅଦ୍ୟାବଧି ୫ ଜଣଙ୍କ ପତ୍ତା ପାଇ ପାରିନାହିଁ ପୋଲିସ। ଚମ୍ପଟ ଅନ୍ତେବାସୀ ନିଜ ନିଜ ଘରକୁ ଫେରିଲେ ସେମାନଙ୍କୁ ଧରିବା ପାଇଁ ପୋଲିସ କେବଳ ଅପେକ୍ଷା କରି ବସିଛି। ଚମ୍ପଟ ୫ ଅନ୍ତେବାସୀ ଧରାପଡିନଥିବାରୁ ପୋଲିସ ଓ ପ୍ରଶାସନର ଏବେ ଚିନ୍ତା ବଢିଯାଇଛି। ସେପଟେ ଏହି ଘଟଣାର ପ୍ରଶାସନିକ ତଦନ୍ତ ସମାପ୍ତ ହୋଇଛି। ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ)ଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାର ତଦନ୍ତ କରିଥିଲେ। ୪ ପୃଷ୍ଠାର ତଦନ୍ତ ରିପୋର୍ଟ ଜିଲାପାଳଙ୍କ ନିକଟରେ ଦାଖଲ କରାଯାଇଛି। ଜିଲାପାଳ ସେହି ରିପୋର୍ଟକୁ ଆଧାର କରି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବେ। କିଭଳି ଓ କେଉଁ ପରିସ୍ଥିତିରେ ବାଳ ସୁଧାର ଗୃହରୁ ଅନ୍ତେବାସୀ ଚମ୍ପଟ ମାରିଲେ ସେ ଦିଗରେ ରିପୋର୍ଟରେ ଉଲ୍ଲେଖ ରହିଛି। ସେହିପରି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ଅନୁଧ୍ୟାନ କରାଯାଇଛି। ସେପଟେ ଶହେରୁ ଊଦ୍ଧର୍‌ବ ଅନ୍ତେବାସୀ ରହୁଥିବା ସୁଧାର ଗୃହରେ ମାତ୍ର ମାତ୍ର ୪ଜଣ ସୁରକ୍ଷା କର୍ମୀ ରହିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଦୁର୍ବଳ ସୁରକ୍ଷା ବ୍ୟବସ୍ଥାର ଫାଇଦା ଉଠାଇ ଅନ୍ତେବାସୀମାନେ ଚମ୍ପଟ ମାରିଛନ୍ତି। ଏଣୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ପ୍ରଶାସନିକସ୍ତରରେ ଉଦ୍ୟମ ଆରମ୍ଭ ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ନଭେମ୍ବର ୨୧ ବିଳମ୍ବିତ ରାତିରେ ବାଳ ସୁଧାର ଗୃହର ଏକ ନିର୍ଦ୍ଦିଷ୍ଟ ୱାର୍ଡ଼ରେ ଥିବା ୬ ଅନ୍ତେବାସୀ ଝରକା ଗ୍ରୀଲ୍‌ ତାଡ଼ି ଚମ୍ପଟ ମାରିଥିଲେ। ରାତି ପ୍ରାୟ ସାଢ଼େ ୨ଟା ବେଳେ ସୁଧାର ଗୃହର କର୍ମଚାରୀମାନେ ଯାଞ୍ଚ କରୁଥିବା ବେଳେ ଅନ୍ତେବାସୀ ୱାର୍ଡ଼ରେ ନ ଥିବା ଦେଖିବାକୁ ପାଇଥିଲେ। ଏ ନେଇ ସୁଧାର ଗୃହର ଅଧୀକ୍ଷକ ପି. ରମେଶ ରାଓ ପୋଲିସକୁ ଖବର କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ସେହିପରି ଡିସିପିଓ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ମଧ୍ୟ ଏକ ୫ଜଣିଆ ଟିମ୍‌ ଘଟଣାର ତଦନ୍ତ କରିଥିଲେ। ତଦନ୍ତ ରିପୋର୍ଟ ଜିଲାପାଳଙ୍କ ନିକଟରେ ଦାଖଲ କରାଯାଇଛି। ଗତ ଡିସେମ୍ବରରେ ପୋଲିସ ଗଜପତି ଜିଲା ଆର.ଉଦୟଗିରି ଅଞ୍ଚଳରୁ ଜଣେ ଅନ୍ତେବାସୀଙ୍କୁ ଉଦ୍ଧାର କରି ବାଳସୁଧାର ଗୃହ କତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିଛି। ବାଳସୁଧାର ଗୃହରୁ ଚମ୍ପଟ ଅନ୍ତେବାସୀଙ୍କ ପରିବାରବର୍ଗଙ୍କ ସହ ଯୋଗାଯୋଗରେ ରହିଛି ପୋଲିସ। ହେଲେ ଏଯାବତ ୫ ଅନ୍ତେବାସୀଙ୍କ ପତ୍ତା ପାଇପାରିନଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri