ଆଉ ୫ ଆନ୍ତଃ ରାଜ୍ୟ ସ୍ବତନ୍ତ୍ର ଟ୍ରେନ୍‌ ଚାଲିବ

ଭୁବନେଶ୍ୱର,୭।୯(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ୫ଟି ଆନ୍ତଃ ରାଜ୍ୟ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ଦୁର୍ଗ-ଭୁବନେଶ୍ୱର ସ୍ବତନ୍ତ୍ର ଟ୍ରେନ୍‌ ଦୈନିକ ଚାଲିବ। ଏହା ଭୁବନେଶ୍ୱରରୁ ରାତି ୭ଟା ୫୫ରେ ଛାଡ଼ିବ ଓ ୧୩ ତାରିଖରୁ ଅପରାହ୍ନ ୪ଟା ୧୦ରେ ଦୁର୍ଗଠାରୁ ଛାଡିବ। ଭୁବନେଶ୍ୱର ଓ ଦୁର୍ଗ ମଧ୍ୟରେ କଟକ, ଢେଙ୍କାନାଳ, ତାଳଚେର, ଅନୁଗୋଳ, ସମ୍ବଲପୁର, ବରଗଡ଼ ରୋଡ଼, ବଲାଙ୍ଗୀର, ଟିଟିଲାଗଡ଼, କଣ୍ଟାବାଞ୍ଜି, ଖରିଆରରୋଡ଼, ବାଗବାହାର, ମହାସମୁନ୍ଦ, ରାଇପୁର ଓ ଭିଲାଇ ପାୱାର ହାଉସଠାରେ ଉଭୟ ଦିଗରୁ ରହଣି କରିବ।
ସେହିଭଳି ରାୟଗଡା ମାର୍ଗ ଦେଇ ବିଶାଖାପାଟଣା ଓ କୋର୍ବା ମଧ୍ୟରେ ବିଶାଖାପାଟଣା-କୋର୍ବା-ବିଶାଖାପାଟଣା ସ୍ବତନ୍ତ୍ର ଟ୍ରେନ ଚଳାଚଳ କରିବ। ଆସନ୍ତା ୧୨ରୁ ବିଶାଖାପାଟଣାରୁ ରାତି ୮ଟା ୫ରେ ଛାଡିବ ଏବଂ ୧୩ରୁ କୋର୍ବାରୁ ଅପରାହ୍ନ ୪ଟା ୧୦ରେ ଛାଡିବ। ଏହା ମଧ୍ୟରେ ବିଜୟନଗରମ, ରାୟଗଡା, କେସିଙ୍ଗା, ଟିଟିଲାଗଡ଼, କଣ୍ଟାବାଞ୍ଜି, ଖରିଆରରୋଡ଼, ମହାସମୁନ୍ଦ, ରାଇପୁର, ଟିଲଡାନେଓରା, ଭଟପଡ଼ା, ବିଳାସପୁର, ଅକଲତାରା, ଯାଗିରି ନାଇଲା ଓ ଚମ୍ପାଠାରେ ଉଭୟ ଦିଗରୁ ରହଣି କରିବ।
ପୂର୍ବତଟ ରେଳପଥ ମଧ୍ୟଦେଇ ତିରୁଚିରାପଲ୍ଲୀ-ହାଓଡ଼ା-ତିରୁଚିରାପଲ୍ଲୀ ଦ୍ୱି-ସାପ୍ତାହିକ ସ୍ବତନ୍ତ୍ର ଟ୍ରେନ ଚାଲିବ। ଆସନ୍ତା ୧୫ରୁ ତିରୁଚିରାପଲ୍ଲୀଠାରୁ ପ୍ରତି ମଙ୍ଗଳବାର ଓ ଶୁକ୍ରବାର ଅପରାହ୍ନ ୪ଟା ୨୦ରେ ଛାଡିବ ଓ ୧୬ରୁ ହାଓଡ଼ାରୁ ପ୍ରତି ଗୁରୁବାର ଓ ରବିବାର ଅପରାହ୍ନ ୪ଟା ୧୦ରେ ଛାଡିବ। ଏହା ବିଜୟୱାଡା, ବିଶାଖାପାଟଣା, ବିଜୟନଗରମ, ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, କଟକ ଓ ଭଦ୍ରକ ଆଦି ଷ୍ଟେଶନରେ ରହଣି କରିବ। ଭୁବନେଶ୍ୱର-ଅହମ୍ମଦାବାଦ-ଭୁବନେଶ୍ୱର ସାପ୍ତାହିକ ସ୍ବତନ୍ତ୍ର ଟ୍ରେନ ୧୬ ତାରିଖରୁ ଭୁବନେଶ୍ୱରରୁ ପ୍ରତି ବୁଧବାର ସନ୍ଧ୍ୟା ୬ଟାରେ ଛାଡିବ ଓ ୧୮ରୁ ଅହମ୍ମଦାବାଦଠାରୁ ପ୍ରତି ଶୁକ୍ରବାର ସା ୬ଟା ୪୦ରେ ଛାଡିବ। ଏହା ଢେଙ୍କାନାଳ, ତାଳଚେର, ଅନୁଗୋଳ, ସମ୍ବଲପୁର, ବରଗଡ଼ରୋଡ଼, ବଲାଙ୍ଗୀର, ଟିଟିଲାଗଡ଼, କଣ୍ଟାବାଞ୍ଜି, ଖରିଆରରୋଡ଼, ମହାସମୁନ୍ଦ, ରାଇପୁର, ଦୁର୍ଗ, ଗୋଣ୍ଡିଆ, ନାଗପୁର, ୱର୍ଧା, ବଡ଼ନେରଓ, ଅକୋଲା, ମାଲ୍‌କାପୁର, ଭୁଷାବଲ ଓ ଆନନ୍ଦ ଷ୍ଟେଶନରେ ରହଣି କରିବ। ଗୌହାଟୀ-ବାଙ୍ଗାଲୋର-ଗୌହାଟୀ ତ୍ରି-ସାପ୍ତାହିକ ସ୍ବତନ୍ତ୍ର ଟ୍ରେନ ଆସନ୍ତା ୧୩ ତାରିଖରୁ ଗୌହାଟୀରୁ ପ୍ରତି ରବି, ସୋମ, ମଙ୍ଗଳବାର ସକାଳ ୬ଟା ୨୦ରେ ଛାଡିବ ଏବଂ ୧୬ରୁ ବାଙ୍ଗାଲୋରରୁ ପ୍ରତି ବୁଧ, ଗୁରୁ ଓ ଶୁକ୍ରବାର ରାତି ୧୧ଟା ୪୦ରେ ଛାଡିବ। ଏହା ହାଓଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର ରୋଡ଼, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ଼ ଆଦି ଗୁରୁତ୍ୱପୂର୍ଣ୍ଣ ଷ୍ଟେଶନରେ ରହଣି କରିବ। ନୂଆଦିଲ୍ଲୀରୁ ଭୁବନେଶ୍ୱର, ଭୁବନେଶ୍ୱରରୁ ମୁମ୍ବାଇ ଓ ଭୁବନେଶ୍ୱରରୁ ହାଓଡ଼ା/ସିଆଲ୍‌ଦା ସ୍ବତନ୍ତ୍ର ଟ୍ରେନଗୁଡିକ ପୂର୍ବ ନିର୍ଦ୍ଧାରିତ ସମୟାନୁସାରେ ଚଳାଚଳ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ...

ୟୁଜିସି-ଏନ୍‌ଇଟି ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) – ଆସନ୍ତା ମାସରେ ୟୁଜିସି-ଏନ୍‌ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ...

ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ...

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ...

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ...

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ...

କୋର୍ଟ ଆସିଲେନି ଅନୁଭବ

କଟକ,୧୦ା୫ (କାର୍ତ୍ତିକ ସାହୁ) ବର୍ଷାଙ୍କୁ ନିର୍ଯାତନା ଦେବା ନେଇ ରୁଜୁ ମାମଲାରେ ଅନୁଭବ ମହାନ୍ତି ଶୁକ୍ରବାର କୋର୍ଟ ଆସିଲେ ନାହିଁ। ଚାର୍ଜ ଫ୍ରେମ ପାଇଁ ଶୁକ୍ରବାର...

କମ୍ପିଲା ରାଜଧାନୀ, ଆରମ୍ଭ ହେଲା ମୋଦି ଶୋ’

ଭୁବନେଶ୍ୱର,୧୦।୫: ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ ଶୋ’। ଭୁବନେଶ୍ୱର ସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ଆରମ୍ଭ ହୋଇଛି ମୋଦିଙ୍କ ରୋଡ ଶୋ’।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri