Posted inଜାତୀୟ

ହାଇକୋର୍ଟ ମୁଖ୍ୟ ବିଚାରପତି ପଦ ପାଇଁ ୫ ନାମ ସୁପାରିସ

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ବିଭିନ୍ନ ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀକୁ ପଦୋନ୍ନତି ନିମନ୍ତେ ୫ ବିଚାରପତିଙ୍କ ନାମ ସୁପାରିସ କରିଛନ୍ତି। ମଙ୍ଗଳବାର କଲେଜିୟମ ବୈଠକ ବସି ଏହି ନିଷ୍ପତ୍ତି ନିଆଯିବା ସହ ପ୍ରସ୍ତାବ ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟରେ ଅପ୍‌ଲୋଡ୍‌ ହୋଇଛି। ଦିଲ୍ଲୀ ହାଇକୋର୍ଟ ବିଚାରପତି ବିପିନ ସାଙ୍ଘିଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟ, ବମ୍ବେ ହାଇକୋର୍ଟର ଅମଜାଦ ଏ. ସୟେଦଙ୍କୁ ହିମାଚଳପ୍ରଦେଶ ହାଇକୋର୍ଟ, ବମ୍ବେ ହାଇକୋର୍ଟର ଏସ୍‌.ଏସ୍‌. ସିନ୍ଧେଙ୍କୁ ରାଜସ୍ଥାନ ହାଇକୋର୍ଟ, ଗୁଜରାଟର ରଶ୍ମିନ ଏମ୍‌. ଛାୟାଙ୍କୁ ଗୌହାଟୀ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦେବାକୁ ସୁପାରିସ ହୋଇଛି। ସେହିପରି ତେଲଙ୍ଗାନା ହାଇକୋର୍ଟ ବିଚାରପତି ଥିବା ଉଜ୍ଜଲ ଭୂୟାଙ୍କୁ ସେଠାରେ ମୁଖ୍ୟ ବିଚାରପତି କରିବାକୁ କଲେଜିୟମ ସୁପାରିସ କରିଛନ୍ତି। ଏହା ବ୍ୟତୀତ ତେଲଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ସତୀଶ ଚନ୍ଦ୍ର ଶର୍ମାଙ୍କୁ ଦିଲ୍ଲୀ ହାଇକୋର୍ଟକୁ ବଦଳି ଲାଗି ସୁପାରିସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri