Posted inଜାତୀୟ

୯ ମାସର ଶିଶୁ ସମେତ ଗୋଟିଏ ପରିବାରର ୫ ମୃତ, କାରଣ ଅସ୍ପଷ୍ଟ

ବେଙ୍ଗାଲୁରୁ,୧୮ ।୯: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ଏକ ଘଟଣା ଏବେ ସମସ୍ତଙ୍କୁ ଚମକାଇ ଦେଇଛି । ବ୍ୟାଦରହଲ୍ଲୀ ଅଞ୍ଚଳରେ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଘର ଭିତରୁ ମିଳିବା ପରେ ଉକ୍ତ ଅଞ୍ଚଳରେ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି । ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିବା ବେଳେ ୯ ମାସର ଶିଶୁଟି ମୃତ ଅବସ୍ଥାରେ ବିଛଣାରେ ପଡିଥିବା ଦେଖାଯାଇଥିଲା । ଏହା ଦିଲ୍ଲୀର ବୁରାଡି ଘଟଣାକୁ ପୁଣିଥରେ ମନେପକାଇ ଦେଇଛି । ବୁରାଡିରେ ୨ ବର୍ଷ ପୂର୍ବେ ଗୋଟିଏ ଘର ଭିତରେ ୧୧ ଜଣଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା । ବେଙ୍ଗାଲୁରୁର ଏହି ଘଟଣା ୫ ଦିନ ପୂର୍ବର ବୋଲି ଅନୁମାନ କରାଯାଉଥିବା ବେଳେ ସମସ୍ତ ମୃତଦେହ ସହ ଏକ ଅଢେଇ ବର୍ଷର ଶିଶୁକନ୍ୟା ଥିବା ବେଳେ ତାକୁ ପ୍ରାୟତଃ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସ ସଠିକ ତଥ୍ୟ ମିଳିପାରି ନାହିଁ । ମୃତକଙ୍କ ମଧ୍ୟରେ ରହିଛନ୍ତି ୯ ମାସର ଶିଶୁ, ତାଙ୍କ ମା’(୩୪ ବର୍ଷ), ଆଇ(୫୧ବର୍ଷ), ମାଉସୀ(୩୧ବର୍ଷ) ଓ ମାମୁ(୨୫ ବର୍ଷ) । ଶିଶୁଙ୍କ ଅଜା ଓ ଅଢେଇ ବର୍ଷର ଭଉଣୀ ଜୀବିତ ଥିବା ବେଳେ ଅଜା ଏବେ କୌଣସି କଥା କହିବା ଅବସ୍ଥାରେ ନ ଥିବା କହିଛି ପୋଲିସ । ସମସ୍ତେ ଭିନ୍ନ ଭିନ୍ନ କୋଠରୀରେ ଫାଶୀ ଲଗାଇଥିବା ବେଳେ ୯ ମାସର ଶିଶୁଟି ଭୋକରେ ପ୍ରାଣ ହରାଇଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri