Posted inଜାତୀୟ

୯ ମାସର ଶିଶୁ ସମେତ ଗୋଟିଏ ପରିବାରର ୫ ମୃତ, କାରଣ ଅସ୍ପଷ୍ଟ

ବେଙ୍ଗାଲୁରୁ,୧୮ ।୯: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ଏକ ଘଟଣା ଏବେ ସମସ୍ତଙ୍କୁ ଚମକାଇ ଦେଇଛି । ବ୍ୟାଦରହଲ୍ଲୀ ଅଞ୍ଚଳରେ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଘର ଭିତରୁ ମିଳିବା ପରେ ଉକ୍ତ ଅଞ୍ଚଳରେ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି । ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିବା ବେଳେ ୯ ମାସର ଶିଶୁଟି ମୃତ ଅବସ୍ଥାରେ ବିଛଣାରେ ପଡିଥିବା ଦେଖାଯାଇଥିଲା । ଏହା ଦିଲ୍ଲୀର ବୁରାଡି ଘଟଣାକୁ ପୁଣିଥରେ ମନେପକାଇ ଦେଇଛି । ବୁରାଡିରେ ୨ ବର୍ଷ ପୂର୍ବେ ଗୋଟିଏ ଘର ଭିତରେ ୧୧ ଜଣଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା । ବେଙ୍ଗାଲୁରୁର ଏହି ଘଟଣା ୫ ଦିନ ପୂର୍ବର ବୋଲି ଅନୁମାନ କରାଯାଉଥିବା ବେଳେ ସମସ୍ତ ମୃତଦେହ ସହ ଏକ ଅଢେଇ ବର୍ଷର ଶିଶୁକନ୍ୟା ଥିବା ବେଳେ ତାକୁ ପ୍ରାୟତଃ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସ ସଠିକ ତଥ୍ୟ ମିଳିପାରି ନାହିଁ । ମୃତକଙ୍କ ମଧ୍ୟରେ ରହିଛନ୍ତି ୯ ମାସର ଶିଶୁ, ତାଙ୍କ ମା’(୩୪ ବର୍ଷ), ଆଇ(୫୧ବର୍ଷ), ମାଉସୀ(୩୧ବର୍ଷ) ଓ ମାମୁ(୨୫ ବର୍ଷ) । ଶିଶୁଙ୍କ ଅଜା ଓ ଅଢେଇ ବର୍ଷର ଭଉଣୀ ଜୀବିତ ଥିବା ବେଳେ ଅଜା ଏବେ କୌଣସି କଥା କହିବା ଅବସ୍ଥାରେ ନ ଥିବା କହିଛି ପୋଲିସ । ସମସ୍ତେ ଭିନ୍ନ ଭିନ୍ନ କୋଠରୀରେ ଫାଶୀ ଲଗାଇଥିବା ବେଳେ ୯ ମାସର ଶିଶୁଟି ଭୋକରେ ପ୍ରାଣ ହରାଇଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri