Posted inଜାତୀୟ

୫ ଜଣଙ୍କୁ ଚାପିଦେଲା ଟ୍ରେନ୍‌, ଖଣ୍ଡଖଣ୍ଡ ହୋଇଗଲା ଶରୀର

ଲକ୍ଷ୍ନୌ,୫ା୧୧: ଉତ୍ତରପ୍ରଦେଶର ମିର୍ଜାପୁର ଜିଲାରେ ବୁଧବାର ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଚୁନାର ରେଳ ଷ୍ଟେଶନରେ ପ୍ରାୟ ୫ ଜଣ ଲୋକ ଟ୍ରେନ୍‌ରେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ସେ SDRF ଏବଂ NDRF ଦଳଗୁଡ଼ିକୁ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ରିଲିଫ କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କର ଉପଯୁକ୍ତ ଚିକିତ୍ସା ପାଇଁ ମଧ୍ୟ ନିର୍ଦ୍ଦେଶ ଦେବା ସହ ମୁଖ୍ୟମନ୍ତ୍ରୀ  ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ଟ୍ରେନ୍‌ର ଭୁଲ ଦିଗରୁ ଓହ୍ଲାଇବା ସମୟରେ ଦୁର୍ଘଟଣା ଘଟିଥିଲା। ଲୋକମାନେ ପାଦରେ ଚାଲି ରେଳ ଟ୍ରାକ୍‌ ପାର ହେଉଥିବା ସମୟରେ କାଲକା-ହାଓ୍ବଡ଼ା ଏକ୍ସପ୍ରେସ୍‌ ହଠାତ୍‌ ଦ୍ରୁତଗତିରେ ଟ୍ରାକ୍‌ ଉପରେ ଆସିଗଲା। ପ୍ରାୟ ୬ ଜଣ ଲୋକ ଟ୍ରେନ୍‌ ଦ୍ୱାରା ଧକ୍କା ଖାଇ ଗୁରୁତର ହୋଇଥିଲେ। ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକମାନେ କହିଛନ୍ତି ଯେ, ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ମୃତକଙ୍କ ଶରୀର ଖଣ୍ଡଖଣ୍ଡ ହୋଇଯାଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?