ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୩।୭: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ଏକ ଦୁଃଖଦ ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ, ପୁରୀ, କେନ୍ଦୁଝର ଏବଂ କଟକ ଜିଲାରେ ଏହି ଅଘଟଣଗୁଡ଼ିକ ଘଟିଛି।

ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମହୁଲପଡ଼ା ନିକଟସ୍ଥ ବଳଦିଆ ବନ୍ଧ ପଲେଇସାହି ପଥର ଖଣିରେ କାମ କରୁଥିବା ୪ ଜଣ ଶ୍ରମିକ ବର୍ଷା ସମୟରେ ଗଛ ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ବଜ୍ରାଘାତ ହେବାରୁ ୨ ଜଣ ଶ୍ରମିକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି।

ପୁରୀ ଜିଲାର ଡେଲାଙ୍ଗ ଥାନା ଅନ୍ତର୍ଗତ କଅଁଳପଡ଼ା ଗାଁରେ ଜଣେ ଯୁବକ ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ମୃତ୍ୟୁବରଣ କରିଛନ୍ତି। ବର୍ଷା ସମୟରେ ସେ ଖେତରେ ତଳି ରୋଉଥିବା ବେଳେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି।

କେନ୍ଦୁଝର ଜିଲାର ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହଳଦିଆପଦା ଗାଁରେ ବଜ୍ରାଘାତ ଯୋଗୁଁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତି କରାଯାଇଛି।

କଟକ ଜିଲାର ଚୌଦ୍ବାର ଥାନା ଅନ୍ତର୍ଗତ ବ୍ରହ୍ମପୁର ପଞ୍ଚାୟତର କାଞ୍ଜିଆ ଗାଁରେ ଜଣେ ମହିଳା ବଜ୍ରାଘାତରେ ମୃତ୍ୟୁବରଣ କରିଛନ୍ତି। ସୂଚନା ଅନୁଯାୟୀ, ସେ ବିଲରେ କାମ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri