ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୩।୭: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ଏକ ଦୁଃଖଦ ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ, ପୁରୀ, କେନ୍ଦୁଝର ଏବଂ କଟକ ଜିଲାରେ ଏହି ଅଘଟଣଗୁଡ଼ିକ ଘଟିଛି।

ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମହୁଲପଡ଼ା ନିକଟସ୍ଥ ବଳଦିଆ ବନ୍ଧ ପଲେଇସାହି ପଥର ଖଣିରେ କାମ କରୁଥିବା ୪ ଜଣ ଶ୍ରମିକ ବର୍ଷା ସମୟରେ ଗଛ ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ବଜ୍ରାଘାତ ହେବାରୁ ୨ ଜଣ ଶ୍ରମିକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି।

ପୁରୀ ଜିଲାର ଡେଲାଙ୍ଗ ଥାନା ଅନ୍ତର୍ଗତ କଅଁଳପଡ଼ା ଗାଁରେ ଜଣେ ଯୁବକ ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ମୃତ୍ୟୁବରଣ କରିଛନ୍ତି। ବର୍ଷା ସମୟରେ ସେ ଖେତରେ ତଳି ରୋଉଥିବା ବେଳେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି।

କେନ୍ଦୁଝର ଜିଲାର ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହଳଦିଆପଦା ଗାଁରେ ବଜ୍ରାଘାତ ଯୋଗୁଁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତି କରାଯାଇଛି।

କଟକ ଜିଲାର ଚୌଦ୍ବାର ଥାନା ଅନ୍ତର୍ଗତ ବ୍ରହ୍ମପୁର ପଞ୍ଚାୟତର କାଞ୍ଜିଆ ଗାଁରେ ଜଣେ ମହିଳା ବଜ୍ରାଘାତରେ ମୃତ୍ୟୁବରଣ କରିଛନ୍ତି। ସୂଚନା ଅନୁଯାୟୀ, ସେ ବିଲରେ କାମ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri