ରଙ୍ଗ୍‌ ରୁଟ୍‌ ହେଲା କାଳ: ଭାରସାମ୍ୟ ହରାଇ ମୁହାଁମୁହିଁ ହୋଇଗଲେ ଦୁଇ ଅଟୋ, ୫ ଯାତ୍ରୀ… 

ବୈଶିଙ୍ଗା,୯।୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ଖଇରବଣି ଗ୍ରାମ ନିକଟସ୍ଥ ରୟାଲ ଢ଼ାବା ନିକଟରେ ଶୁକ୍ରବାର ଅପରାହ୍ନ ୩ ଟା ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୭ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କ ଅବସ୍ଥା ଗୁରୁତର ରହିିଛି।

ମିଳିଥିବା ସୂଚନା ମୁତାବକ, ବାରିପଦାରୁ ଏକ ମାଲବାହୀ ଅଟୋ (ନଂ ଓଡି୦୧ ୱାଇ ୯୭୫୦)  ଆସୁଥିବା ବେଳେ ସମାନ ଦିଗରେ ଭୁଲ ରାସ୍ତାରେ(ରଙ୍ଗ୍‌ ରୁଟ୍‌)  ଏକ ଯାତ୍ରୀବାହୀ ଅଟୋ ନଂ (ଓଡି୦୧ ବିଏ ୭୮୧୮) ୬ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା। ଅଟୋ ଦୁଇଟି ସାମ୍ନା ସାମ୍ନି ହୋଇଯିବା ପରେ ଭାରସାମ୍ୟ ହରାଇ ପରସ୍ପରକୁ ଧକ୍କା ଦେଇଥିଲେ। ଖବରପାଇ ବୈଶିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ୫ ଜଣଙ୍କ ଅବସ୍ଥା ଗୁରୁତର ଗୁରୁତର ଥିବା ଦେଖି ସେମାନଙ୍କୁ ବାରିପଦା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିଥିଲେ। ଅନ୍ୟ ଦୁଇ ଜଣଙ୍କ ବୈଶିଙ୍ଗା ଡାକ୍ତରଖାନାରେ ଚିକିତ୍ସା ଚାଲିଥିବା ଜଣାପଡ଼ିଛି। ତେବେ ପାଞ୍ଚ ଜଣଙ୍କ ମଧ୍ୟରୁ ମୀନା ଦେହୁରୀ, ବୁଧିଆ ଦେହୁରୀ , ରମେଶ ଜେନା ଗୁରୁତର ଥିବା ବେଳେ ୪୧ ବର୍ଷିୟା ବୀଣା ଦେହୁରୀ ଓ ୩୫ ବର୍ଷିୟା ସୁଭଦ୍ରା ଜେନାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶଗଡରେ ବିବାହ ପାଇଁ ଶାଶୁଘରକୁ ଆସିଲେ କନ୍ୟା: ରାତି ଅନିଦ୍ରା ହୋଇ ଶଗଡକୁ ସଜାଇଥିଲେ ବର

କବିସୂର୍ଯ୍ୟନଗର, ୨୮।୨(କୃପାସିନ୍ଧୁ ସ୍ବାଇଁ): ସମୟ ଥିଲା ବାହାଘର ପାଇଁ ଶଗଡ ବ୍ୟବହାର ହେଉଥିଲା। ଶଗଡରେ କନ୍ୟା ଆସୁଥିଲେ ବରଘରକୁ ଏବଂ ବାହାଘର ହେଉଥିଲା। ବାଲ୍ୟ ବିବାହ ସମୟରେ…

ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରି ଜବତ, ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି…

ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ…

ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ହଠାତ୍‌ ରାସ୍ତା ମଝିରେ ଅଟକିଲା ଲକ୍ଷ୍ମୀ ବସ୍‌, ତା’ପରେ…

ଗଞ୍ଜାମ,୨୭।୨ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ଚଳାଚଳ କରୁଥିବା ଲକ୍ଷ୍ମୀ ବସ୍‌ ବିଭିନ୍ନ ସମୟରେ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିଲେ ମଧ୍ୟ ବିଭାଗୀୟ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ  ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ 

ବାଲେଶ୍ୱର, ୨୭।୨( ବାଞ୍ଛାନିଧି ଦେ ): ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦ୍ୟାଳୟରେରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରମବାସୀ ।  ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।  ବାଲେଶ୍ବର ଜିଲା ସିଂଲା…

ନଦୀ ପାରିହୋଇ ଗ୍ରାମବାସୀଙ୍କ ଦୁଃଖ ବୁଝିଲେ ଜିଲାପାଳ

ନନ୍ଦପୁର,୨୭।୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳ ଶୁକ୍ରବାର ନନ୍ଦପୁର ବ୍ଲକର ରାଇସିଂ ପଞ୍ଚାୟତ ବାସକୀ ନଦୀ ପାରିହୋଇ ଦେବଷଣ୍ଢଗୁଡା ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରି…

ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର 

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍‌ ଓ ସ୍କୁଟି ମଧ୍ୟରେ…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri