ମନ୍ତ୍ରୀଙ୍କ ଏସ୍‌କର୍ଟ ଗାଡ଼ି ଓଲଟିଲା, ୫ ପୋଲିସ କର୍ମୀ ଆହତ

ପାରଳାଖେମୁଣ୍ଡି,୧୭ା୧୦(ଡି.ଏନ୍‌.ଏ.)- ଗଜପତି ଜିଲା ଅଡ଼ବା ଥାନା ଅଧୀନ ବିରିକୋଟ ଗ୍ରାମ ନିକଟ ଉଳିଆପଦାଠାରେ ରବିବାର ଅନୁସୂଚିତ ଜାତି, ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ସୁରକ୍ଷା ଦେବାକୁ ଆସିଥିବା ଏକ ଏସ୍‌କର୍ଟ ଗାଡ଼ି ଓଲଟି ପଡ଼ିଛି। ଏଥିରେ ୫ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ବିରିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରକାଶ ଯେ, ମନ୍ତ୍ରୀ ସାରକା ରବିବାର ରାୟଗଡ଼ା ଜିଲା ଗସ୍ତରେ ଆସିଥିଲେ। ସେ ଭୁବନେଶ୍ୱର ଫେରୁଥିଲେ। ମନ୍ତ୍ରୀଙ୍କୁ ସୁରକ୍ଷା ଦେବା ପାଇଁ ପୋଲିସର ଏକ ଟିମ୍‌ ତାଙ୍କୁ ତପ୍ତପାଣିଠାରୁ ରାଇପଙ୍ଖା ପର୍ଯ୍ୟନ୍ତ ଏସ୍‌କର୍ଟ କରିବା ପାଇଁ ଯାଇଥିଲା। ଉଳିଆପଦର ନିକଟରେ ହଠାତ୍‌ ସମ୍ମୁଖକୁ ଏକ ବାଇକ୍‌ ଆସିଯିବାରୁ ଏସ୍‌କର୍ଟ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଅଡ଼ବା ଥାନା ପୋଲିସ ପହଞ୍ଚତ୍ ସମସ୍ତ ଆହତଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri