ମନ୍ତ୍ରୀଙ୍କ ଏସ୍‌କର୍ଟ ଗାଡ଼ି ଓଲଟିଲା, ୫ ପୋଲିସ କର୍ମୀ ଆହତ

ପାରଳାଖେମୁଣ୍ଡି,୧୭ା୧୦(ଡି.ଏନ୍‌.ଏ.)- ଗଜପତି ଜିଲା ଅଡ଼ବା ଥାନା ଅଧୀନ ବିରିକୋଟ ଗ୍ରାମ ନିକଟ ଉଳିଆପଦାଠାରେ ରବିବାର ଅନୁସୂଚିତ ଜାତି, ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ସୁରକ୍ଷା ଦେବାକୁ ଆସିଥିବା ଏକ ଏସ୍‌କର୍ଟ ଗାଡ଼ି ଓଲଟି ପଡ଼ିଛି। ଏଥିରେ ୫ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ବିରିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରକାଶ ଯେ, ମନ୍ତ୍ରୀ ସାରକା ରବିବାର ରାୟଗଡ଼ା ଜିଲା ଗସ୍ତରେ ଆସିଥିଲେ। ସେ ଭୁବନେଶ୍ୱର ଫେରୁଥିଲେ। ମନ୍ତ୍ରୀଙ୍କୁ ସୁରକ୍ଷା ଦେବା ପାଇଁ ପୋଲିସର ଏକ ଟିମ୍‌ ତାଙ୍କୁ ତପ୍ତପାଣିଠାରୁ ରାଇପଙ୍ଖା ପର୍ଯ୍ୟନ୍ତ ଏସ୍‌କର୍ଟ କରିବା ପାଇଁ ଯାଇଥିଲା। ଉଳିଆପଦର ନିକଟରେ ହଠାତ୍‌ ସମ୍ମୁଖକୁ ଏକ ବାଇକ୍‌ ଆସିଯିବାରୁ ଏସ୍‌କର୍ଟ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଅଡ଼ବା ଥାନା ପୋଲିସ ପହଞ୍ଚତ୍ ସମସ୍ତ ଆହତଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri