ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ପିଲିପାଜୁ ଗାଁ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ଗଚ୍ଛିତ କରି ରଖା ଯାଇଥିବା ଗଞ୍ଜେଇ ବସ୍ତାକୁ ଜବତ କରିବା ସହ ଜଣକୁ ଅଟକ ରଖିଥିଲା। ମୋହନା ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ଜବତ ଗଞ୍ଜେଇକୁ ଓଜନ କରଯାଇଥିଲା ଯାହାର ପରିଣାମ ୫ କୁଇଣ୍ଟାଲ ହୋଇଥିଲା। ଏହି ଗଞ୍ଜେଇ ଅଡବା ଅଞ୍ଚଳରୁ ଗଞ୍ଜାମ ଜିଲାକୁ ଚୋରା ଚାଲାଣ ପାଇଁ ରଖା ଯାଇଥିବା ନେଇ ପୋଲିସ ପକ୍ଷରୁ ସୁଚନା ମିଳିଛି।

ଅନ୍ୟପଟେ ଅଡବା ଥାନା ରେ ୪୫/୨୬ ରେ ଏକ ମାମଲା ରୁଜ୍ଜୁ ହୋଇ ଏହି ଗଞ୍ଜେଇ ଚୋରା ଚାଲାଣରେ ସଂପୃକ୍ତ ଥିବା ଶୁଶାନ୍ତ ପାଲକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜବତ ଗଞ୍ଜେଇ ର ଆନୁମାନିକ ବଜାର ଦର ପଚାଶ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୁଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri