ବନ୍ଧୁକମୁନରେ ଲୁଟି ଗିରଫ ହେଲେ ୫ ଡକାୟତ

ତୁମୁଡ଼ିବନ୍ଧ,୧୨ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ଦୀର୍ଘ ଦୁଇ ମାସ ଧରି ଆତଙ୍କ ଖେଳାଇଥିବା କୁଖ୍ୟାତ ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି ତୁମୁଡ଼ିବନ୍ଧ ପୋଲିସ। ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ଏହି ଡକାୟତ ଗ୍ୟାଙ୍ଗ ମାସ୍କ ପିନ୍ଧି ବନ୍ଧୁକମୁନରେ ଡକାୟତି କରିବା ସହ ଭୁଜାଲି ଦେଖାଇ ଆତଙ୍କ ଖେଳାଇ ଠିକାଦାର ଓ ବ୍ୟବସାୟୀ ଘରେ ପଶି ଡକାୟତି କରୁଥିଲେ। ଏହି କୁଖ୍ୟାତ ଡକାୟତ ଗ୍ୟାଙ୍ଗର ମୋଟ୍‌ ପାଞ୍ଚ ଜଣ ଦୁର୍ଦ୍ଦାନ୍ତ ଡକାୟତଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ଏହି ପାଞ୍ଚ ଜଣିଆ ଗ୍ୟାଙ୍ଗ ତୁମୁଡିବନ୍ଧ ଅଞ୍ଚଳରେ ମାସ୍କ ପିନ୍ଧି ଭୁଜାଲି ଓ ବନ୍ଧୁକ ମୁଣ୍ଡରେ ରଖି ଡକାୟତି କରିବା ପରେ ମୁନିଗୁଡ଼ା ଅଞ୍ଚଳର ବିଭିନ୍ନ ଜଙ୍ଗଲରେ ଯାଇ ଆତ୍ମଗୋପନ କରୁଥିଲେ। ତେବେ କୋଟଗଡ଼ରୁ ଏହି ଗ୍ୟାଙ୍ଗ ମୁନିଗୁଡ଼ା ଯାଉଥିବା ସମୟରେ ପୋଲିସ କାବୁ କରି ଗିରଫ କରିଥିବା ନେଇ ବାଲିଗୁଡା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ ସୂଚନା ଦେଇଛନ୍ତ। ଏହି ପାଞ୍ଚ ଡକାୟତଙ୍କଠାରୁ ୧୫୦ ଗ୍ରାମ ସୁନା ଅଳଙ୍କାର, ୧୬ଗ୍ରାମ ରୁପା ଅଳଙ୍କାର ସମେତ ନଗଦ ୩୩୩୦୦ ଟଙ୍କା, ଦୁଇଟି ମୋବାଇଲ ଓ ପାଞ୍ଚଟି କଳା ମାସ୍କ ଜବତ କରିଛି ତୁମୁଡିବନ୍ଧ ପୋଲିସ। ଗିରଫ ୫ ଅଭିଯୁକ୍ତଙ୍କ ନାଁରେ ପୂର୍ବରୁ ମଧ୍ୟ ଚୋରି ଡକାୟତି ନେଇ ବିଭିନ୍ନ ଥାନାରେ ମାମଲା ରହିଥିବା ମଧ୍ୟ କହିଛନ୍ତି ବାଲିଗୁଡ଼ା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ। ଗିରଫ ୫ ଅଭିଯୁକ୍ତ ହେଲେ ତୁମୁଡ଼ିବନ୍ଧ ଥାନା ମାଲିପଡ଼ାର ପ୍ରିୟରଞ୍ଜନ ମଣ୍ଡଳ, ମୋତିରାମ ପରାସେଠ୍‌, ବୁଡ଼ାପଡାର ପିଙ୍କୁ ନାୟକ, ଶଗଡ଼ିଆ ସାହିର ରିଚାର୍ଡ ନାୟକ ଓ ଦାରିଙ୍ଗିବାଡ଼ି ଥାନା କୁପିବାଡ଼ିର ଜନକ ନାୟକ। ତେବେ ଗିରଫ ୫ ଅଭିଯୁକ୍ତଙ୍କ ବହୁତ ବଡ଼ ନେଟ୍‌ଓ୍ବର୍କ ରହିଥିବା ବେଳେ ଏହି ଗ୍ୟାଙ୍ଗରେ ଆଉ କେହି ସାମିଲ ରହିଛି ସେ ନେଇ ଅଧିକ ତଦନ୍ତ ଜାରି ରହିଥିବା କହିଛନ୍ତି ବାଲିଗୁଡ଼ା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri