ବନ୍ଧୁକମୁନରେ ଲୁଟି ଗିରଫ ହେଲେ ୫ ଡକାୟତ

ତୁମୁଡ଼ିବନ୍ଧ,୧୨ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ଦୀର୍ଘ ଦୁଇ ମାସ ଧରି ଆତଙ୍କ ଖେଳାଇଥିବା କୁଖ୍ୟାତ ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି ତୁମୁଡ଼ିବନ୍ଧ ପୋଲିସ। ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ଏହି ଡକାୟତ ଗ୍ୟାଙ୍ଗ ମାସ୍କ ପିନ୍ଧି ବନ୍ଧୁକମୁନରେ ଡକାୟତି କରିବା ସହ ଭୁଜାଲି ଦେଖାଇ ଆତଙ୍କ ଖେଳାଇ ଠିକାଦାର ଓ ବ୍ୟବସାୟୀ ଘରେ ପଶି ଡକାୟତି କରୁଥିଲେ। ଏହି କୁଖ୍ୟାତ ଡକାୟତ ଗ୍ୟାଙ୍ଗର ମୋଟ୍‌ ପାଞ୍ଚ ଜଣ ଦୁର୍ଦ୍ଦାନ୍ତ ଡକାୟତଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ଏହି ପାଞ୍ଚ ଜଣିଆ ଗ୍ୟାଙ୍ଗ ତୁମୁଡିବନ୍ଧ ଅଞ୍ଚଳରେ ମାସ୍କ ପିନ୍ଧି ଭୁଜାଲି ଓ ବନ୍ଧୁକ ମୁଣ୍ଡରେ ରଖି ଡକାୟତି କରିବା ପରେ ମୁନିଗୁଡ଼ା ଅଞ୍ଚଳର ବିଭିନ୍ନ ଜଙ୍ଗଲରେ ଯାଇ ଆତ୍ମଗୋପନ କରୁଥିଲେ। ତେବେ କୋଟଗଡ଼ରୁ ଏହି ଗ୍ୟାଙ୍ଗ ମୁନିଗୁଡ଼ା ଯାଉଥିବା ସମୟରେ ପୋଲିସ କାବୁ କରି ଗିରଫ କରିଥିବା ନେଇ ବାଲିଗୁଡା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ ସୂଚନା ଦେଇଛନ୍ତ। ଏହି ପାଞ୍ଚ ଡକାୟତଙ୍କଠାରୁ ୧୫୦ ଗ୍ରାମ ସୁନା ଅଳଙ୍କାର, ୧୬ଗ୍ରାମ ରୁପା ଅଳଙ୍କାର ସମେତ ନଗଦ ୩୩୩୦୦ ଟଙ୍କା, ଦୁଇଟି ମୋବାଇଲ ଓ ପାଞ୍ଚଟି କଳା ମାସ୍କ ଜବତ କରିଛି ତୁମୁଡିବନ୍ଧ ପୋଲିସ। ଗିରଫ ୫ ଅଭିଯୁକ୍ତଙ୍କ ନାଁରେ ପୂର୍ବରୁ ମଧ୍ୟ ଚୋରି ଡକାୟତି ନେଇ ବିଭିନ୍ନ ଥାନାରେ ମାମଲା ରହିଥିବା ମଧ୍ୟ କହିଛନ୍ତି ବାଲିଗୁଡ଼ା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ। ଗିରଫ ୫ ଅଭିଯୁକ୍ତ ହେଲେ ତୁମୁଡ଼ିବନ୍ଧ ଥାନା ମାଲିପଡ଼ାର ପ୍ରିୟରଞ୍ଜନ ମଣ୍ଡଳ, ମୋତିରାମ ପରାସେଠ୍‌, ବୁଡ଼ାପଡାର ପିଙ୍କୁ ନାୟକ, ଶଗଡ଼ିଆ ସାହିର ରିଚାର୍ଡ ନାୟକ ଓ ଦାରିଙ୍ଗିବାଡ଼ି ଥାନା କୁପିବାଡ଼ିର ଜନକ ନାୟକ। ତେବେ ଗିରଫ ୫ ଅଭିଯୁକ୍ତଙ୍କ ବହୁତ ବଡ଼ ନେଟ୍‌ଓ୍ବର୍କ ରହିଥିବା ବେଳେ ଏହି ଗ୍ୟାଙ୍ଗରେ ଆଉ କେହି ସାମିଲ ରହିଛି ସେ ନେଇ ଅଧିକ ତଦନ୍ତ ଜାରି ରହିଥିବା କହିଛନ୍ତି ବାଲିଗୁଡ଼ା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ।


Enter your email to get our daily news in your inbox.

All Right Reserved By Dharitri.Com

ମାନସ ପାରାୟଣ ନିମନ୍ତେ ପ୍ରସ୍ତୁତି ସଭା

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଶ୍ରୀ ରାମଦୟା ପରିଷଦ ଶାଖା ଆନୁକୂଲ୍ୟରେ ବଜାର ସିଂହଦ୍ଵାର ଛକଠାରେ ଆସନ୍ତା ଏପ୍ରିଲ ୧୮ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ନବଦିନାତ୍ମକ...

ଘୁମୁସର ବନଖଣ୍ଡକୁ ଜଗିବ ଏଆଇ କ୍ୟାମେରା: କାଠମାଫିଆ, ଶିକାରୀ ହେବେ ସାବାଡ଼

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ବନ୍ୟପ୍ରାଣୀ ଶିକାର ଏବଂ କାଠଚୋରି ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବୈଷୟିକ ଜ୍ଞାନ କୌଶଳର ସହାୟତା...

ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ଅଭିଯୋଗ: ନାଇଜେରୀୟ ନାଗରିକ ଗିରଫ

କଟକ, ୨୩।୩: କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ମାମଲାରେ କମିଶନରେଟ୍ ପୋଲିସ ଜଣେ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି। ଦିଲ୍ଲୀରେ ରହୁଥିବା...

ମୁଖ୍ୟମନ୍ତ୍ରୀଙ୍କ ଗାଁ ଧାନମଣ୍ଡି ନିରୀକ୍ଷଣ କଲେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଗାଁ ଧାନମଣ୍ଡି ପଳାଶପଙ୍ଗା ସେବା...

ଏପ୍ରିଲ ୨ରେ ଖଡ଼ିଛୁଆଁ: ପ୍ରବେଶ ଉତ୍ସବ ନେଇ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

କୋରାପୁଟ,୨୩ା୩(ଅମିତାଭ ବେହେରା): ଆସନ୍ତା ଏପ୍ରିଲ ୨ରେ ଆରମ୍ଭ ହେବାକୁ ଥିବା ଖଡ଼ି ଛୁଆଁ ଏବଂ ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ବଣ୍ଟନ ଆରମ୍ଭ ହୋଇଯାଇଛି।...

ବହି ଗୋଦାମରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବହି

ଜଗତସିଂହପୁର,୨୩।୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ...

ଟାଙ୍ଗଣାପଲ୍ଲୀ ପଞ୍ଚାୟତରେ ଭାଜପାର ମିଶ୍ରଣ ପର୍ବ; ଦଳ ଛାଡି…

ଛତ୍ରପୁର, ୨୩।୩( ଦିଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଟ ବଗଡ଼ ଗ୍ରାମ ନିକଟରେ ଭାଜପାର ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ...

ପିପିଲିରେ ଲଜ୍ଜା: ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ପିପିଲି,୨୩ା୩(ପ୍ରଭାତ କୁମାର ମହାପାତ୍ର): ପୁରୀ ଜିଲା ପିପିଲିରୁ ଏକ ଲଜ୍ଜା ଜନକ ଘଟଣା ସାମ୍‌ନାକୁ ଆସିଛି। ଜଣେ ନବମ ଶ୍ରେଣୀ ଛାତ୍ରୀ ୫ ମାସର ଗର୍ଭବତୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri