ବାରବାଟୀ ଷ୍ଟାଡିୟମ ସ୍ଥିତି ପରଖିଲେ ୫-ଟି ସଚିବ

କଟକ ଅଫିସ,୧୦ା୧: ଆସନ୍ତା ୧୧ ତାରିଖରେ ବାରବାଟୀରେ ଅନୁଷ୍ଠିତ ହେବ ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତେବେ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏଥିଲାଗି ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ସୋମବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ। ପ୍ରଥମେ ଖେଳପଡ଼ିଆରେ ପହଞ୍ଚତ୍ ମୁଖ୍ୟମନ୍ତ୍ରୀଙ୍କ ବସିବା ସ୍ଥାନ ପରଖିଥିଲେ। ଏହାପରେ ଷ୍ଟେଜ ନିକଟକୁ ଯାଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଦାୟିତ୍ୱରେ ଥିବା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ ଭବାନୀ ଶଙ୍କର ଚୟନୀ, କ୍ରୀଡ଼ା ସଚିବ ବିନିଲ କ୍ରିଷ୍ଣା, ସିଏମ୍‌ସି କମିଶନର ନିଖିଲ ପୱନ କଲ୍ୟାଣ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ବ୍ୟବସ୍ଥା ବିଷୟରେ ସଚିବ ପାଣ୍ଡିଆନ୍‌ଙ୍କ ସହ ଆଲୋଚନା କରିଥିଲେ। କେବଳ ସ୍ବୀକୃତିପ୍ରାପ୍ତ ବ୍ୟକ୍ତିମାନେ ଯେପରି ଷ୍ଟେଜ ନିକଟକୁ ଆସିବେ ସେଥିପ୍ରତି ଗୁରୁତ୍ୱ ଦେବା ସହ ଆମନ୍ତ୍ରିତ ଅତିଥିମାନଙ୍କର କୌଣସି ଅସୁବିଧା ନ ହେଉ ବୋଲି ସେ କହିଥିଲେ। ଷ୍ଟାଡିୟମରୁ ବାହାରିବା ସମୟରେ ପାଣ୍ଡିଆନ ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ, ମେୟର ସୁବାସ ସିଂ, ବିଧାୟକ ସୌଭିକ ବିଶ୍ୱାଳ, ଚନ୍ଦ୍ରସାରଥି ବେହେରା ପ୍ରମୁଖଙ୍କ ସହ ଆଲୋଚନା କରିଥିଲେ। ହକି ପାଇଁ ସହରର ହୋଇଥିବା ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଲୋକଙ୍କୁ ବେଶ୍‌ ପସନ୍ଦ ଆସୁଛି ବୋଲି ମେୟର ଓ ବିଧାୟକ ତାଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ପାଣ୍ଡିଆନ୍‌ କହିଥିଲେ, କଟକ ସହରକୁ ସୁନ୍ଦର ଭାବେ ସଜାଯାଇଛି। ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ବେଶ୍‌ ଭଲ ଦେଖାଯାଉଛି ବୋଲି ସେ କହିଥିଲେ। ଏହି ଅବସରରେ ସିଡିଏ ଅଧ୍ୟକ୍ଷ ଅନିଲ ସାମଲ, ଓସିଏ ସମ୍ପାଦକ ସଞ୍ଜୟ ବେହେରା, ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ଡିସିପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?