ଶ୍ରୀକ୍ଷେତ୍ରରେ ପ୍ରକଳ୍ପ ଅନୁଧ୍ୟାନ କଲେ ୫-ଟି ସଚିବ

ପୁରୀ ଅଫିସ,୨୫।୧୦:  ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ସୁବିଧା। ରାଜ୍ୟ ସରକାରଙ୍କ ସ୍ବପ୍ନର ପୁରୀକୁ ବାସ୍ତବତାର ରୂପ ଦେବା ଲାଗି ପ୍ରସ୍ତୁତ ହୋଇଛି ଦୀର୍ଘମିଆଦି ରୋଡ୍‌ ମ୍ୟାପ। ଏହି କ୍ରମରେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ପୁରୀ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି।
ଅପରାହ୍ନରେ ୫-ଟି ସଚିବ ପାଣ୍ଡିଆନ ପୁରୀ ଆସି ସ୍ବର୍ଗଦ୍ୱାରର ନବୀକରଣ କାର୍ଯ୍ୟ ବୁଲି ଦେଖିଥିଲେ। ସ୍ବର୍ଗଦ୍ୱାର ସଂଲଗ୍ନ ରାସ୍ତା ସଂକୀର୍ଣ୍ଣ ଥିବାରୁ ମୃତଦେହ ଆଣିବାରେ ସମସ୍ୟା ହେଉଛି। ତେଣୁ ଏହାକୁ ସୁଗମ କରିବା ଲାଗି ରାସ୍ତା ସମ୍ପ୍ରସାରଣ ନିମନ୍ତେ ପ୍ରଶାସନିକ ଅଧିକାରୀ କହିଥିଲେ। ସେହିପରି ନବୀକରଣ କାମ କେବେ ଶେଷ ହେବ ସେନେଇ ଜିଲାପାଳଙ୍କୁ ପଚାରିଥିଲେ। ଆସନ୍ତା ମାର୍ଚ୍ଚ ସୁଦ୍ଧା କାମ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ଜିଲାପାଳ କହିଥିଲେ। ମୃତଦେହ ଆଣି ଆସୁଥିବା ଆତ୍ମୀୟଙ୍କ ଯେପରି କୌଣସି ପ୍ରକାର ଅସୁବିଧା ନ ହୁଏ ସେଥିପ୍ରତି ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ। ପରେ ପରେ ବାଙ୍କୀ ମୁହାଣ ଏବଂ ଏହା ନିକଟରେ ଥିବା ହୃଦୟ ପାର୍କ ବୁଲିଥିଲେ। ପୂର୍ବାପେକ୍ଷା ବାଙ୍କୀ ମୁହାଣ ଚିତ୍ର ବଦଳିଯାଇଥିବାରୁ ଖୁସିବ୍ୟକ୍ତ କରିଥିଲେ ୫-ଟି ସଚିବ। ବିଭିନ୍ନ ସମୟରେ ବଡ଼ଦାଣ୍ଡରେ ବୁଲା ଗୋରୁ, ଷଣ୍ଢଙ୍କ ଯୋଗୁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ଏମିତି କି ବେଳେ ବେଳେ ଭକ୍ତ, ପର୍ଯ୍ୟଟକ ଏମାନଙ୍କ ଆକ୍ରୋଶର ଶିକାର ହେଉଛନ୍ତି। ବଡ଼ଦାଣ୍ଡ ଅପରିଷ୍କାର ମଧ୍ୟ ହେଉଛି। ତେଣୁ ବଡ଼ଦାଣ୍ଡକୁ ସଫା ସୁତରା ରଖିବା ଲାଗି ବୁଲା ଷଣ୍ଢ, ଗୋରୁଙ୍କୁ ବାଲିଘାଇସ୍ଥିତ ଗୋଶାଳାକୁ ପ୍ରଶାସନ ପକ୍ଷରୁ ସ୍ଥାନାନ୍ତର କରାଯାଉଛି। ଇତିମଧ୍ୟରେ ୭୦୦ଗୋରୁଙ୍କୁ ସ୍ଥାନାନ୍ତର କରାଯାଇଥିବାବେଳେ ଆସନ୍ତା ମାସକ ମଧ୍ୟରେ ଆଉ ୪୦୦ଗୋରୁଙ୍କୁ ସ୍ଥାନାନ୍ତର କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ୫-ଟି ସଚିବ ଗୋ ଶାଳାକୁ ଯାଇ ଷଣ୍ଢ, ଗୋରୁ କିପରି ରହୁଛନ୍ତି ତାହା ବୁଲି ଦେଖିଥିଲେ। ଗୋରୁଙ୍କ ଖାଦ୍ୟ ଏବଂ ପରିଚାଳନା ପାଇଁ ଆସନ୍ତା ୫ବର୍ଷ ଲାଗି ପାଣ୍ଠି ଯୋଗାଇ ଦିଆଯାଇଥିବା ଜଣାପଡ଼ିଛି। ସେହିପରି ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ ସଶକ୍ତୀକରଣ ଓ ସାମାଜିକ ସୁରକ୍ଷା ବିଭାଗ ସହାୟତାରେ ପୁରୀକୁ ଭିକ୍ଷୁକମୁକ୍ତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ନୀଳାଦ୍ରି ନିଳୟ ଯୋଜନା। ଏହି ଯୋଜନା ଅନ୍ତର୍ଗତ ୫୦୦ଭିକ୍ଷୁକଙ୍କୁ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୫୦ଜଣଙ୍କୁ ଚିହ୍ନଟ କରାଯାଇଛି। ଭିକ୍ଷୁକଙ୍କୁ କାଉନ୍‌ସେଲିଂ ପରେ ଚନ୍ଦନପୁରସ୍ଥିତ ନୀଳାଦ୍ରି ନିଳୟ (ଭିକାରି ପୁନର୍ବାସ ଗୃହ)ରେ ଥଇଥାନ କରାଯାଉଛି। ୫ଟି ସଚିବ ନିଳାଦ୍ରୀ ନିଳୟକୁ ଯାଇ ସେଠାରେ ରହୁଥିବା ଅନ୍ତେବାସୀଙ୍କୁ ଭଲ ମନ୍ଦ ପଚାରି ବୁଝିଥିଲେ। ଏହି ଗସ୍ତ ସମୟରେ ୫-ଟି ସଚିବଙ୍କ ସହ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ, ପୁରୀ ଜିଲାପାଳ ବଲୱନ୍ତ ସିଂ, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri