ଶ୍ରୀଜଗନ୍ନାଥ ଷ୍ଟାଡିୟମ୍‌ କାର୍ଯ୍ୟ ଦେଖିଲେ ୫-ଟି ସଚିବ

ପୁରୀ ଅଫିସ,୧୪।୧୦: ପୁରୀ ପେଣ୍ଠକଟାସ୍ଥିତ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟର ସ୍ଥିତି ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌। ବୁଧବାର ୫-ଟି ସଚିବ ପାଣ୍ଡିଆନ୍‌ ପୁରୀ ଆସି ନିର୍ମାଣାଧୀନ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମ୍‌ ଅଞ୍ଚଳ ବୁଲି କାର୍ଯ୍ୟ ଓ ନକ୍ସା ଦେଖିଥିଲେ। ସମ୍ପ୍ରତି ୧୩ ଏକର ପରିମିତ ସ୍ଥାନରେ ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ଚାଲିଛି। ଏଠାରେ କ୍ରିକେଟ୍‌ ଗ୍ରାଉଣ୍ଡ ସହ ସୁଇମିଂ ପୁଲ୍‌, ଏକଶହ ଶଯ୍ୟା ବିଶିଷ୍ଟ କ୍ରୀଡ଼ା ଛାତ୍ରାବାସ ଓ ଇନ୍‌ଡୋର ହଲ୍‌ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଏହି ଅବସରରେ ପୁରୀ ଜିଲାପାଳ ସମର୍ଥ ବର୍ମା ଏବଂ ଅନ୍ୟ ଅଧିକାରୀମାନେ ୫-ଟି ସଚିବଙ୍କ ସହ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିବାବେଳେ ସମ୍ପୃକ୍ତ ଯନ୍ତ୍ରୀ ନକ୍ସା ଦେଖାଇ ବିସ୍ତୃତ ଭାବେ ବୁଝାଇଥିଲେ। କ୍ରୀଡ଼ା ସଚିବ ମଧ୍ୟ ଉପସ୍ଥିତ ଥିଲେ। ଫନୀ ବାତ୍ୟା ପୂର୍ବରୁ ଇନ୍‌ଡୋର ହଲ୍‌ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ତେବେ ଫନୀରେ ଏହା ବ୍ୟାପକ ଭାବେ ପ୍ରଭାବିତ ହୋଇଥିଲା। ଏହାପରେ ପୁଣି ଥରେ ନବୀକରଣ କାର୍ଯ୍ୟ ଚାଲିଛି। ଇନ୍‌ଡୋର ହଲ୍‌ର ନିର୍ମାଣ କାର୍ଯ୍ୟ ଉପରେ ୫-ଟି ସଚିବ ଗୁରୁତ୍ୱ ଦେବା ସହ ଏହା କିପରି ଧାର୍ଯ୍ୟ ସମୟରେ ଶେଷ ହେବ ସେନେଇ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୨ ଫେବୃୟାରୀ ଶେଷ ସୁଦ୍ଧା ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବାବେଳେ ନିର୍ଦ୍ଧାରିତ ସମୟରେ ଷ୍ଟାଡିୟମ ଏବଂ ଇନ୍‌ଡୋର ହଲ୍‌ ପ୍ରସ୍ତୁତ ହୋଇଯିବ ବୋଲି ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri